Categories: ରାଜ୍ୟ

ଆଜି ରାଜ୍ୟରୁ ମାତ୍ର ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪ା୪(ବ୍ୟୁରୋ): ସୋମବାର ରାଜ୍ୟରୁ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨ ଜଣ ଶିଶୁ ବି ଅଛନ୍ତି।

ଆଜି ଯାଜପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୪୨ରେ ପହଞ୍ଚିଥିବା ବେଳେ ୧୨,୭୮,୨୭୦ ଜଣ ସୁସ୍ଥ ହୋଇଛନ୍ତି। ୨୯୮ଜଣ ଚିକିିତ୍ସିତ ହେଉଛନ୍ତି।