ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ରୋଷେୟା ସମେତ ୫ ପଜିଟିଭ୍‌

କେନ୍ଦୁଝର,୫ା୪: ସ୍ଥାନୀୟ ସରକାରୀ ଡିଗ୍ରୀ ଇଞ୍ଜିନିୟରିଂ କଲେଜରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହିଳା ହଷ୍ଟେଲର ୪ ଛାତ୍ରୀ ଓ ଜଣେ ରୋଷେୟା ପଜିଟିଭ୍‌ ହେବା ପରେ କଲେଜ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ପୂର୍ବରୁ ହଷ୍ଟେଲରେ ରହୁଥିବା ୨ ଛାତ୍ର ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ହଷ୍ଟେଲ ପରିସରକୁ ବିଶୋଧନ କରିବା ସହ କଲେଜ କର୍ତ୍ତପକ୍ଷ ପିଲାମାନଙ୍କୁ ଶ୍ରେଣୀରେ ଆଉ ପାଠ ନ ପଢ଼ାଇ ଅନ୍‌ଲାଇନ ପାଠପଢ଼ା ବ୍ୟବସ୍ଥା କରିଥିଲେ।
ସମୁଦାୟ ୧୨୭ ଜଣଙ୍କ ସୋମବାର ପରୀକ୍ଷା କରାଯାଇଥିଲା। ସେଥିରୁ ହଷ୍ଟେଲରେ ଥିବା ୧୦୨ ଆଣ୍ଟିଜେନରୁ ୫ ଜଣ ପଜିଟିଭ୍‌ ବାହାରିଥିବା ବେଳେ ଆଉ ୨୫ ଜଣଙ୍କର ଆଣ୍ଟିଜେନ ଟେଷ୍ଟ ପାଇଁ ନମୁନା ଯାଇଛି। ପାଠପଢ଼ା, ପରୀକ୍ଷା ଫର୍ମପୂରଣ ଆଦି ଅନ୍‌ଲାଇନରେ କରାଯାଉଛି। ଅନ୍ୟ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଅଧ୍ୟକ୍ଷ ତ୍ରିଲୋଚନ ସାହୁ କହିଛନ୍ତି। ତେବେ ଗତ ୨୪ ଘଣ୍ଟାରେ ମୋଟ ୮ ଆକ୍ରାନ୍ତ ଚିହ୍ନଟ ହୋଇଛି। ସମସ୍ତେ ଲୋକାଲ କଣ୍ଟାକ୍ଟ କେଶ୍‌ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ସମୁଦାୟ ପଜିଟିଭ୍‌ ସଂଖ୍ୟା ୩୦ରେ ପହଞ୍ଚିଛି। ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ଅଧିକ ସଂଖ୍ୟାରେ ସ୍ବାବ ପରୀକ୍ଷା ସହ ଟିକାକରଣକୁ ତ୍ୱରାନ୍ବିତ କରାଯାଉଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri