ପାରୋଲରେ ଗଲେ ୫ କଏଦୀ

କେନ୍ଦୁଝର,୧୫ା୫(ଡି.ଏନ.ଏ.)-କରୋନା ସଂକ୍ରମଣ ବଢ଼ୁଥିବାବେଳେ ଜେଲରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି କଏଦୀ ସଂଖ୍ୟା ହ୍ରାସ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ସଜ୍ଜା କାଟୁଥିବା ବନ୍ଦୀଙ୍କୁ ୯୦ ଦିନିଆ ଛୁଟି(ପାରୋଲ)ରେ ଛାଡ଼ିବା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା କାରାଗାରରୁ ପର୍ଯ୍ୟାୟକ୍ରମେ ୩୬ କଏଦୀ ଛୁଟିରେ ଯିବେ ବୋଲି ଚୂଡ଼ାନ୍ତ ହୋଇଛି। କାରାଗାର ମହାନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ଜିଲା କାରାଗାରରୁ ୫ କଏଦୀଙ୍କୁ ୯୦ ଦିନିଆ ପାରୋଲରେ ଛଡ଼ାଯାଇଥିବା ଜେଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଛୁଟିରେ ଯାଇଥିବା କଏଦୀଙ୍କ ପରିବାର ଲୋକ ଆସି ସିକ୍ୟୁରିଟି ବଣ୍ଡ ପେପରରେ ଦସ୍ତଖତ କରି ସେମାନଙ୍କୁ ନିଜ ଜିମାରେ ନେଇଛନ୍ତି। ଗାଡ଼ିମୋଟର ବନ୍ଦ ଥିବାରୁ ଅନ୍ୟ କଏଦୀଙ୍କ ପରିବାର ଲୋକ ଆସି ପାରି ନ ଥିବାରୁ ସେମାନେ ପାରୋଲରେ ଯାଇ ନାହାଁନ୍ତି। ପାରୋଲରେ ଯାଇଥିବା କଏଦୀମାନେ ହେଲେ ସୁନାରାମ ମାଝୀ, ନବକିଶୋର ବେହେରା, ନନ୍ଦକିଶୋର ମୁଣ୍ଡା, ନବକିଶୋର ନାଏକ ଓ ଶିବ ଚରଣ ମହାନ୍ତ। ସମସ୍ତେ ଆଜୀବନ ସଜ୍ଜା କାଟୁଥିଲେ। କିଛିଦିନ ପୂର୍ବେ ଏହି କାରାଗାରର ୯ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନେ ଜେଲର ସ୍ବତନ୍ତ୍ର ୱାର୍ଡରେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଛନ୍ତି। ପ୍ରକାଶ ଯେ, ଏହି ଜିଲା କାରାଗାରରେ ୬୦୮ ଅନ୍ତେବାସୀ ରହିବାର ବ୍ୟବସ୍ଥା ଥିବାବେଳେ ବର୍ତ୍ତମାନ ୫୬୫ ରହୁଛନ୍ତି। ସେମାନଙ୍କ ମଧ୍ୟରେ ୫୫୨ ପୁରୁଷ,୧୨ ମହିଳା ଓ ଜଣେ ଶିଶୁ ଅଛନ୍ତି। ୩୪୮ ବିଚାରଧିନ କଏଦୀ ଥିବାବେଳେ ଅବଶିଷ୍ଟ ୨୧୬ ଜଣ ଦୋଷୀସାବ୍ୟସ୍ତ ହୋଇ ବନ୍ଦୀ ଭାବେ ଅଛନ୍ତି। ଗତବର୍ଷ ମଧ୍ୟ କରୋନା ସଂକ୍ରମଣ ସମୟରେ ସବୋର୍ଚ୍ଚ ନ୍ୟାୟାଳୟ ଏଭଳି ନିର୍ଦ୍ଦେଶ ଦେବାରୁ ୩୦ କଏଦୀ ପାରୋଲରେ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri