୫ ପ୍ରସ୍ତାବକୁ କ୍ୟାବିନେଟ ମୋହର, ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ୱର,୧୦।୭: ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ ମଜୁରୀ ବଢ଼ିଛି। ଅଣକୁଶଳୀଙ୍କ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିବା ସହ କୁଶଳୀଙ୍କ ମଜୁରୀ ୩୯୨ରୁ ୫୦୦ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୫୦୨ରୁ ୬୦୦କୁ ବୃଦ୍ଧି କରବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।

ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର ସ୍ବତନ୍ତ୍ର ପାଣ୍ଠି ପ୍ରସ୍ତାବରେ ମୋହର ମାରିଛନ୍ତି ମୋହନ ସରକାର । ରାଜ୍ୟରେ ଓ ଅସ୍ମିତା ଭବନ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଧି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି ।

କ୍ୟାବିନେଟ ବୈଠକରେ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଉତ୍ସବ ମାନ୍ୟତା ପ୍ରସ୍ତାବରେ ମୋହର ବାଜିଥିବା ବେଳେ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏଥିମଧ୍ୟରୁ ୧୮ ହଜାର ୭୮୮ ଜଣ ପ୍ରାର୍ଥୀଙ୍କ ଚୟନ ଓ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଅଚଳ ପ୍ରକଳ୍ପକୁ ସଚଳ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଯାହାଦ୍ୱାରା ଉଠା ଜଳସେଚନର ବିଭାଗର ୨୦୬୫ ଗୋଟି ଅଚଳ ପ୍ରକଳ୍ପ ସଚଳ ହେବ । ୫ ବର୍ଷ ଭିତରେ ୧୦୪୪ କୋଠି ଅର୍ଥ ବିନିଯୋଗ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri