୫ ପ୍ରସ୍ତାବକୁ କ୍ୟାବିନେଟ ମୋହର, ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ୱର,୧୦।୭: ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ ମଜୁରୀ ବଢ଼ିଛି। ଅଣକୁଶଳୀଙ୍କ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିବା ସହ କୁଶଳୀଙ୍କ ମଜୁରୀ ୩୯୨ରୁ ୫୦୦ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୫୦୨ରୁ ୬୦୦କୁ ବୃଦ୍ଧି କରବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।

ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର ସ୍ବତନ୍ତ୍ର ପାଣ୍ଠି ପ୍ରସ୍ତାବରେ ମୋହର ମାରିଛନ୍ତି ମୋହନ ସରକାର । ରାଜ୍ୟରେ ଓ ଅସ୍ମିତା ଭବନ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଧି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି ।

କ୍ୟାବିନେଟ ବୈଠକରେ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଉତ୍ସବ ମାନ୍ୟତା ପ୍ରସ୍ତାବରେ ମୋହର ବାଜିଥିବା ବେଳେ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏଥିମଧ୍ୟରୁ ୧୮ ହଜାର ୭୮୮ ଜଣ ପ୍ରାର୍ଥୀଙ୍କ ଚୟନ ଓ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଅଚଳ ପ୍ରକଳ୍ପକୁ ସଚଳ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଯାହାଦ୍ୱାରା ଉଠା ଜଳସେଚନର ବିଭାଗର ୨୦୬୫ ଗୋଟି ଅଚଳ ପ୍ରକଳ୍ପ ସଚଳ ହେବ । ୫ ବର୍ଷ ଭିତରେ ୧୦୪୪ କୋଠି ଅର୍ଥ ବିନିଯୋଗ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri