୫ଜଣଙ୍କୁ ମିଳିଲା ‘ଧର୍ମପଦ ପୁରସ୍କାର’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡେମୀର ସର୍ବୋଚ୍ଚ ତଥା ମର୍ଯ୍ୟାଦାଜନକ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ୫ଜଣଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ୨୫ଜଣ ବୟୋଜ୍ୟେଷ୍ଠ ଶିଳ୍ପୀଙ୍କୁ ‘ଶିଳ୍ପୀ ସମ୍ବର୍ଦ୍ଧନା’ ଦିଆଯାଇଛି। ରବିବାର ସଂସ୍କୃତି ଭବନ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପୁରସ୍କାର ଏବଂ ସମ୍ବର୍ଦ୍ଧନା ଦେଇଥିଲେ। ଧର୍ମପଦ ପୁରସ୍କୃତ ଶିଳ୍ପୀଙ୍କୁ ଅଙ୍ଗବସ୍ତ୍ର, ଉପଢୌକନ, ମାନପତ୍ର ସହ ୫ଲକ୍ଷ ଟଙ୍କାର ଚେକ୍‌ ଓ ସମ୍ବର୍ଦ୍ଧିତ ଶିଳ୍ପୀଙ୍କୁ ୧ଲକ୍ଷ ଟଙ୍କାର ଚେକ୍‌ ସହ ଅଙ୍ଗବସ୍ତ୍ର, ଉପଢୌକନ, ମାନପତ୍ର ପ୍ରଦାନ କରିଥିଲେ।
୨୦୧୬ ମସିହା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡ଼ା, ୨୦୧୭ ପାଇଁ ବିଶିଷ୍ଟ ସ୍ଥପତି ଶ୍ୟାମସୁନ୍ଦର ପଟ୍ଟନାୟକ, ୨୦୧୮ ପାଇଁ ଜଗଦୀଶ ଚନ୍ଦ୍ର କାନୁନ୍‌ଗୋ, ୨୦୧୯ ପାଇଁ ବିଶିଷ୍ଟ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଓ ୨୦୨୦ ପାଇଁ ବିଶିଷ୍ଟ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ସମ୍ବର୍ଦ୍ଧିତ ଚିତ୍ରଶିଳ୍ପୀଙ୍କ ମଧ୍ୟରେ ୨୦୧୬ ମସିହା ପାଇଁ ଚନ୍ଦ୍ର କୁମାର ସାମନ୍ତରାୟ, ଶରତ ଚନ୍ଦ୍ର ମହାନ୍ତି, ବସନ୍ତ କୁମାରୀ ସାମନ୍ତ, ବାଞ୍ଛାନିଧି ପଟ୍ଟନାୟକ ଓ ଯୋଗେଶ ପ୍ରସାଦ ଦାନୀ ଏବଂ ୨୦୧୭ ପାଇଁ ରାଧାଶ୍ୟାମ ବିଶୋଇ, ଦେବେନ୍ଦ୍ର ଦାସ, ବନମାଳୀ ମହାପାତ୍ର, ଲଲାଟ ମୋହନ ପଟ୍ଟନାୟକ ଓ ଡ. ଅଲେଖ ଚରଣ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ୨୦୧୮ ପାଇଁ ଶ୍ରୀଧର ମହାରଣା, ଗୋକୁଳାନନ୍ଦ ଦାସ, ଟୁନେନ୍ଦ୍ର ପଟ୍ଟନାୟକ, କଳ୍ପତରୁ ମହାରଣା ଓ ଅଶୋକ କୁମାର ମହାନ୍ତି, ୨୦୧୯ ପାଇଁ ଶ୍ରୀନିବାସ ପଢ଼ିହାରୀ, ଲକ୍ଷ୍ମୀଧର ରଣା, ବ୍ରଜକିଶୋର ଜେନା, ପ୍ରଶାନ୍ତ କୁମାର ଦାସ ଓ ଗୌରାଙ୍ଗ ବାରିକ ଏବଂ ୨୦୨୦ ପାଇଁ ରବିନାରାୟଣ ରଥ, ବିଜୟ କୁମାର ପରିଡ଼ା, ପ୍ରଭାକର ମହାରଣା, ଦୀନବନ୍ଧୁ ମହାପାତ୍ର ଓ ବୃନ୍ଦାବନ ମହାରଣାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉତ୍ସବରେ ସମ୍ମାନିତ ଅତିଥି ଭାବେ ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ, ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ଏକାଡେମୀ ସଭାପତି ସୁଦର୍ଶନ ପଟ୍ଟନାୟକ ଯୋଗଦେଇଥିଲେ। ଏକାଡେମୀର ସଚିବ ଗଜେନ୍ଦ୍ର ପ୍ରସାଦ ଧନ୍ୟବାଦ ଦେଇଥିଲେ।
ଦୀର୍ଘବର୍ଷ ପରେ ଗତ ୨୭ ତାରିଖ ଶୁକ୍ରବାର ଏହି ପୁରସ୍କାର ଘୋଷଣା କରାଯାଇଥିଲା। ହେଲେ ରବିବାର ତରବରିଆ କାର୍ଯ୍ୟକ୍ରମ ଆୟୋଜନକୁ ନେଇ ଅନ୍ୟ ଶିଳ୍ପୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri