ଆନ୍ତଃ ଜିଲା ୫ ଡକାୟତ ଗିରଫ: ଜବତ ହେଲା ୭ଟି ଫୋନ ସହ ଏତେ ଟଙ୍କା…

ବଲାଙ୍ଗୀର,୩।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକର ରୋତ ବଜାରକୁ ଗାଈଗୋରୁ, ଛେଳିମେଣ୍ଢା କିଣିବାକୁ ଯାଉଥିବା ବୁଢୀସିଣ୍ଢୋଲ ଗାଁର ଦୁଇଜଣ ବେପାରୀଙ୍କୁ ପୁଇଁତଲା ଥାନା ବନ୍ଦନାକଟା ଗାଁ ନିକଟରେ ଅଟକାଇ ୭/୮ ଜଣ ଡକାୟତ ମାରଣାସ୍ତ୍ର ଦେଖାଇ ସେମାନଙ୍କ ଠାରୁ ୨ ଲକ୍ଷ ୨ ହଜାର ୫ ଶହ ଟଙ୍କା ଲୁଟ କରିନେଇଥିଲେ। ଗତ ୨୮ ତାରିଖ ଭୋର ପ୍ରାୟ ସାଢ଼େ ୫ଟା ବେଳେ ଏହି ଘଟଣା ଘଟିଥିଲା। ଏନେଇ ଦୁଇ ବେପାରୀ ପୁଇଁତଲା ଥାନାରେ ଅଭିଯୋଗ କରିଥିଲେ। ବଲାଙ୍ଗୀର ଏସପି ଅଭିଳାଷ ଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସଦର ଏସଡିପିଓ ସରୋଜ ଉପାଧ୍ୟାୟ ଓ ପୁଇଁତଲା ଥାନା ଆଇଆଇସି ତଥା ଡିଏସପି ଅନୀତା ପ୍ରଧାନ ଘଟଣାର ତଦନ୍ତ କରିଥିଲେ। ଲୁଟ୍‌ କରିଥିବା ଡକାୟତମାନଙ୍କୁ ଧରିବା ପାଇଁ ପୋଲିସର ଏକ ସତନ୍ତ୍ର ଟିମ ତିଆରି କରି ଖୋଜା ଖୋଜି ଆରମ୍ଭ କରିଥିଲେ । ଏହି ଘଟଣାରେ ୫ ଜଣ ଡକାୟତଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୯୭ ହଜାର ୯୩୦ ଟଙ୍କା, ଏକ କାର୍‌, ଏକ ବାଇକ, ୭ଟି ମୋବାଇଲ ଫୋନ ଓ ଏକ ଭୂଜାଲି ପୋଲିସ ଜବତ କରିଛି। ବଲାଙ୍ଗୀର ଏସପି ଅଭିଳାଷ ମଙ୍ଗଳବାର ଖବରଦାତା ସମ୍ମିଳନୀ କରି ଡକାୟତି ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri