୫ ଡକାୟତ ଗିରଫ: ଟଙ୍କା, ସୁନା ଜବତ

ତେନ୍ତୁଳିଖୁଣ୍ଟି, ୧୮।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଅଧୀନ ଖାତିଗୁଡ଼ା ପୋଲିସ ଏକ ଡକାୟତି ମାମଲାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଖାତିଗୁଡ଼ା ଥାନା ଫଟାଗୁଡ଼ା ଗ୍ରାମର ଭବାନୀ ବିଷୋୟୀ(୨୭), ପରଜାବାରଙ୍ଗପଦର ଗ୍ରାମର ରିଙ୍କୁ ହରିଜନ(୨୦), ବୋରିଗୁମ୍ମା ବ୍ଲକ ଚରାଗାଁ ଗ୍ରାମର ବିଶ୍ୱନାଥ ହରିଜନ (୨୫), ନୂଆଁଗୁଡ଼ା ଗ୍ରାମର ଲୁକୁ ଭୂମିଆ(୨୭) ଓ ଜୟପୁର ରଣ୍ଡାପାଲି ଗ୍ରାମର ବାଲ୍ୟ ଖାତି। ସେମାନଙ୍କଠାରୁ ୧୯ ଗ୍ରାମ୍‌ ସୁନାଗହଣା ଓ ୧୭ ହଜାର ଟଙ୍କା ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଆଉ ଜଣେ ଅଭିଯୁକ୍ତ ପଡ଼ାପଲ୍ଲାର ଉତକୁଡି ହରିଜନ (୨୫) ଫେରାର ଅଛନ୍ତି। ଖାତିଗୁଡା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନବରଙ୍ଗପୁର ଏସ୍‌ଡିପିଓ ଆଦିତ୍ୟ ସେନ ସୂଚନା ଦେଇଛନ୍ତି।
ସୂଚନାନୁଯାୟୀ, ତେନ୍ତୁଳିଖୁଣ୍ଟି ବ୍ଲକ ପରଜାବାରଙ୍ଗପଦର ପଞ୍ଚାୟତ ଅଧୀନ ଫଟାଗୁଡ଼ା ଗ୍ରାମର କେ. ରାମନା ମୂର୍ତ୍ତିଙ୍କ ଘରୁ ୨୦୨୨ ଅଗଷ୍ଟ ୭ ତାରିଖରେ ଡକାୟତି ହୋଇଥିଲା। ପ୍ରାୟ ୭ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ତାଙ୍କ ଘରେ ପଶି ମାରଣାସ୍ତ୍ର ଦେଖାଇ ସମସ୍ତଙ୍କୁ ବାନ୍ଧି ଆଲମିରା ଚାବି ନେଇଯାଇଥିଲେ। ଆଲମିରାରେ ଥିବା ୧୫ ଭରି ସୁନା ଓ ନଗଦ ୨ ଲକ୍ଷ ଟଙ୍କା ନେଇ ଡକାୟତମାନେ ଚାଲିଯାଇଥିଲେ। ଘଟଣା ସମ୍ପର୍କରେ କାହାକୁ କିଛି କହିଲେ କିମ୍ବା ଥାନାରେ ଅଭିଯୋଗ କଲେ ହତ୍ୟା କରାଯିବ ବୋଲି ସେମାନେ ଧମକ ଦେଇଥିଲେ। ଏଥିରେ ଭୟଭୀତ ହୋଇ ସେମାନେ ଚୁପ୍‌ ରହିଥିଲେ। କିନ୍ତୁ ସାହସ ଜୁଟାଇ ଚଳିତ ମାସ ୧୧ ତାରିଖରେ ଖାତିଗୁଡ଼ା ଥାନାରେ ଏକ ଏତଲା ଦାୟର କରିଥିଲେ। ରାମନାଙ୍କ ଅଭିଯୋଗ ଆଧାରରେ ଥାନାଧିକାରୀ ଦୀପକ ଲେଙ୍କା ଏକ ମାମଲା ରୁଜୁ କରିଥିଲେ। କେସ୍‌ର ତଦନ୍ତ ଦାୟିତ୍ୱ ଖାତିଗୁଡ଼ା ଥାନା ଏଏସ୍‌ଆଇ ମହେଶ୍ୱର ଭୁରଭୁରଙ୍କୁ ଦିଆଯାଇଥିଲା। ଆବଶ୍ୟକସ୍ଥଳେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବା ସକାଶେ କୋ ର ଅନୁମତି ନିଆଯାଇପାରେ। ଅଭିଯୁକ୍ତମାନେ ପେସାଦାର ଡକାୟତ। କାକିରିଗୁମ୍ମା, ବୋରିଗୁମ୍ମା, ଜୟପୁର ସଦର ଓ କୋଟପାଡ଼ ଥାନାରେ ସେମାନଙ୍କ ନାମରେ କେସ୍‌ ରହିଛି ବୋଲି ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri