ଜଣେ ଲେଖାଏ ଶିକ୍ଷକରେ ଚାଲିଛି ୫ ସ୍କୁଲ

ଆଠମଲ୍ଲିକ, ୧୧ା୨ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ ଥିବା ମୋଟ ୧୧୪ ସ୍କୁଲ ମଧ୍ୟରୁ ୫ଟିରେ ଜଣେ ଲେଖାଏ ଶିକ୍ଷକ ଅଛନ୍ତି। ଫଳରେ ଏସବୁ ବିଦ୍ୟାଳୟରେ ପାଠପଢ଼ା ବାଧାପ୍ରାପ୍ତ ହେଉଥିବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।ସୂଚନା ଅନୁଯାୟୀ, ରାଉତପଡା ପ୍ରାଥମିକ ବିଦ୍ୟାଳୟରେ ୪୨ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲାବେଳେ ମାତ୍ର ଜଣେ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ସେହିପରି ସିନ୍ଦୂରଖୋଳ ପ୍ରାଥମିକ ବିଦ୍ୟାଳୟରେ ୩୧ ଛାତ୍ରୀଛାତ୍ର ଥିବାବେଳେ ଜଣେ ଶିକ୍ଷକ, ରଏଡା ପ୍ରାଥମିକ ବିଦ୍ୟାଳୟରେ ୨୪ ଛାତ୍ରୀଛାତ୍ର ପଢ଼ୁଥିଲେ ବି ଜଣେ ଶିକ୍ଷକ, ନଲେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ଜଣେ ଓ ମହନନାଳୀ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଆବଶ୍ୟକ ଶିକ୍ଷକ ନିଯୁକ୍ତି ପାଇଁ ଗ୍ରାମବାସୀ ଓ ଅଭିଭାବକମାନଙ୍କ ତରଫରୁ ଦାବି ହେଉଥିଲେ ମଧ୍ୟ ନିଯୁକ୍ତି ଦିଆଯାଉନାହିଁ। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଶୁଣ୍ଢି କହିଛନ୍ତି, ନିକଟରେ ୫/୬ଟି ସ୍କୁଲରେ ଶିକ୍ଷକ ନିଯୁକ୍ତି ଦିଆଯାଇଛି। ଅନ୍ୟ ସ୍କୁଲଗୁଡ଼ିକରେ ଶିକ୍ଷକ ନିଯୁକ୍ତି ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri