କଥା ଦେଇ କଥା ରଖିଲେ ୫-ଟି ସଚିବ: ଗସ୍ତର ଗୋଟିଏ ସପ୍ତାହରେ ଆସିଲା ୨କୋଟି ଟଙ୍କାର ଅନୁଦାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି଼କୁ ଗତ ସପ୍ତାହରେ ୫-ଟି ସଚିବ ଭି. କେ ପାଣ୍ଡିଆନ ଗସ୍ତ କରିଥିଲେ। ସେହି ସମୟରେ ସେ ୪ଟି ପ୍ରକଳ୍ପ ତଥା ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ ଓ କମ୍ୟୁନିଟି ହଲ୍‌ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାତ୍ର ଏକ ସପ୍ତାହ ମଧ୍ୟରେ ଆପଣମାନଙ୍କୁ ଏକ ଖୁସି ଖବର ଦେବେ ବୋଲି ଘୋଷଣା କରିଥିଲେ। ସେହି ଅନୁସାରେ ଦାରିଙ୍ଗବାଡ଼ ପାଇଁ ଶହ ଶହ ପ୍ରକଳ୍ପ ଯାଇଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ମାତ୍ର ୨୩ଟି ପ୍ରକଳ୍ପ ଅନୁମୋଦନ ହୋଇଛି। ସେଗୁଡିକ ମଧ୍ୟରେ କେବଳ ମନ୍ଦିର ଓ ଚର୍ଚ୍ଚର ଉନ୍ନତି ପାଇଁ ୨ କୋଟି ଟଙ୍କାର ଅନୁଦାନ ରହିଥିବା ସ୍ଥାନୀୟ ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି। ଦାରିଙ୍ଗବାଡ଼ି ଏକ ବଡ଼ ବ୍ଲକ ଭାବେ ଜଣାଶୁଣା। ଏହି ବ୍ଲକରେ ୨୫ଟି ପଞ୍ଚାୟତ ରହିଥିବା ବେଳେ ମାଳମାଳ ସମସ୍ୟା ରହିଛି। ଏହି ସବୁ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ପ୍ରଶାସନ, ବିଧାୟକ ସାଲୁଗା ପ୍ରଧାନ ପ୍ରମୁଖ ଅନେକ ପ୍ରକଳ୍ପ ପାଇଁ ସରକାରଙ୍କୁ ଜଣାଇଛନ୍ତି। ସେଗୁଡିକ ମଧ୍ୟ ଅନୁଦାନ ଆସିଯିବ ବୋଲି ବିଡିଓ ଗଦାଧର ପାତ୍ର କହିଛନ୍ତି। ତେବେ ଅଞ୍ଚଳବାସୀ ଅଞ୍ଚଳର ବିକାଶ ପାଇଁ ଅନେକ ଦାବି ଜଣାଇଛନ୍ତି। ସେଥିମଧ୍ୟରେ ପର୍ଯ୍ୟଟନର ବିକାଶ ସହ ୨୨୦ କେଭି ଗ୍ରୀଡ୍‌ ସିର୍ତ୍ତିଗଡ଼ାଠାରେ ନିର୍ମାଣ ଅଧାପନ୍ତରିଆ ହୋଇରହିଛି ତାକୁ ପୂର୍ଣ୍ଣାଙ୍ଗ କରିବା, ଦାରିଙ୍ଗବାଡ଼ିଠାରେ ଏକ ସରକାରୀ ଡିଗ୍ରୀ କଲେଜ କରାଇବା, ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନର ସୁବିଧା ଆଦି ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri