୨ଦିନିଆ ମାଲକାନଗିରି ଗସ୍ତରେ ୫-ଟି ସଚିବ

ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା/ଖଇରପୁଟ,୨୯ା୩ (ଡି.ଏନ୍‌.ଏ.): ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ମଙ୍ଗଳବାର ୨ଦୁଇଦିନିଆ ମାଲକାନଗିରି ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ୫-ଟି ସଚିବଙ୍କ ସହ ଉନ୍ନୟନ କମିଶନର ଅନୁ ଗର୍ଗ, ସଚିବ ଆର୍‌. ଭିନିଲ କ୍ରିଷ୍ଣା ପ୍ରମୁଖ ମଧ୍ୟାହ୍ନ ୧ଟାରେ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଥିଲିଠାରେ ପହଞ୍ଚତ୍ଥିଲେ। ସେଠାରେ ବିଭିନ୍ନ ସଙ୍ଗଠନ ଏବଂ ପ୍ରଶାସନିକ ଅଧିକାରୀମାନଙ୍କ ସହ ଆଲୋଚନାକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ମାଥିଲି, ଖଇରପୁଟ ଓ କୁଡୁମୁଲୁଗୁମ୍ମା ଅଞ୍ଚଳ ପାଇଁ ହେଉଥିବା ମେଗା ଜଳସେଚନ ପ୍ରକଳ୍ପ କାମ ଖୁବ୍‌ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ସେ ମାଥିଲିସ୍ଥିତ ଶିବସାଗର ପରିଦର୍ଶନକରି ତାର ଉନ୍ନତୀକରଣ ଲାଗି ପ୍ରଶାସନିକ ଅଧିକାରୀମାନେ ଗୁରୁତ୍ୱ ଦେବାକୁ କହିଥିଲେ। ପରେ ଖଇରପୁଟ ବ୍ଲକ ବଣ୍ଡାଘାଟିର ସୀତାକୁଣ୍ଡ ପର୍ଯ୍ୟଟନ ସ୍ଥଳୀ ପରିଦର୍ଶନ କରିଥିଲେ। ଏହି ପର୍ଯ୍ୟଟନ ସ୍ଥଳୀର ଉନ୍ନତି ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ବଣ୍ଡା ଜନଜାତି ମହିଳାପୁରୁଷଙ୍କର ବିଭିନ୍ନ ସମସ୍ୟା ବୁଝିଥିଲେ। ଅପରାହ୍ନରେ ପାଣ୍ଡିଆନ ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଗ୍ରାମକୁ ଯାଇଥିଲେ। ସେଠାରେ ଥିବା ଭ୍ୟୁ ପଏଣ୍ଟ ପରିଦର୍ଶନକରି ଅଞ୍ଚଳର ଜନସାଧାରଣଙ୍କ ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଭ୍ୟୁ ପଏଣ୍ଟକୁ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରିବା, ଏହାର ଉନ୍ନତୀକରଣ ସମ୍ପର୍କରେ ଆଲୋଚନା କରିଥିଲେ। ସନ୍ଧ୍ୟାରେ ପାଣ୍ଡିଆନ ବଡ଼ପଡ଼ାରେ ପହଞ୍ଚତ୍ ସେଠାରେ ଲୋକମାନଙ୍କ ସହ ଆଲୋଚନା କରି ସେମାନଙ୍କ କ’ଣ ସମସ୍ୟା ରହିଛି ପଚାରି ବୁଝିଥିଲେ। ସମସ୍ୟାର ତୁରନ୍ତ ସମାଧାନ ହେବ ବୋଲି ସେ ସମ୍ବନ୍ଧରେ ପ୍ରତିଶ୍ରୁତି ଦେଇଥିଲେ। ରାତିରେ ୫-ଟି ସଚିବ ପାଣ୍ଡିଆନ ବଡପଡାସ୍ଥିତ ଏସ୍‌ସିଏସ୍‌ଟି ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନଙ୍କ ସହ ବସି ରାତ୍ର ଭୋଜନ କରିଥିଲେ। ମଙ୍ଗଳବାର ରାତିରେ ସେ ବଡ଼ପଡ଼ା ବିଏସ୍‌ଏଫ୍‌ କ୍ୟାମ୍ପରେ ରହି ବୁଧବାର କାଲିମେଳା ଓ ମାଲକାନଗିରି ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ୫-ଟି ସଚିବଙ୍କ ସହ ମାଲକାନଗିରି ଜିଲାପାଳ ବିଶାଲ ସିଂ, ଜିଲା ପରିଷଦ ନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ମାଥିଲି, ଖଇରପୁଟ, ଚିତ୍ରକୋଣ୍ଡା ବିଡିଓ, ତହସିଲଦାରଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri