ସୁନ୍ଦରଗଡ଼ ଗସ୍ତରେ ୫-ଟି ସଚିବ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

ସୁନ୍ଦରଗଡ଼,୧୨ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ ରବିବାର ସୁନ୍ଦରଗଡ଼ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପାଣ୍ଡିଆନ ପ୍ରଥମେ ରବିବାର ସକାଳେ ରାଉରକେଲା ହକି ଭିଲେଜରୁ ଆସି ପ୍ରଥମେ ରାଜଗାଙ୍ଗପୁର ଘୋଘର ଶିବମନ୍ଦିର ପରିଦର୍ଶନ କରିଥିଲେ। ଏହାପରେ ରେଲଓ୍ବେ ଓଭରବ୍ରିଜ ପରିଦର୍ଶନ କରିବା ପରେ ଟାଙ୍ଗରପାଲି ବ୍ଲକ ବେଲସରା ଶିବମନ୍ଦିର ପରିଦର୍ଶନ କରିଥିଲେ। ଏହାପରେ ସେ ହେମଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ମିଶନଶକ୍ତି କାଫେ ବୁଲି ଦେଖିବା ସହ ସେଠାରେ ଜଳଖିଆ ଖାଇ ମିଶନଶକ୍ତି ମହିଳାମାନଙ୍କୁ ପ୍ରଶଂସା କରିଥିଲେ। ଏହାପରେ ସେ ହେମଗିରି ପଞ୍ଚାୟତ ସମିତି କଲେଜ ପରିଦର୍ଶନ କରି ଆଉ ୮ମାସ ପରେ ସ୍ମାର୍ଟ କ୍ଲାସରୁମ୍‌ ଓ ଯୁକ୍ତ ତିନି ଶ୍ରେଣୀ ଖୁବ୍‌ଶୀଘ୍ର ଖୋଲିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହା ପରେ ଶିବସାଗର ପୋଖରୀ ଓ ହେମଗିରି କଟା ଉନ୍ନତିକରଣ ବୁଲି ଦେଖିଥିଲେ। ପରେ ସେ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବାଲିଙ୍କରା ବ୍ଲକ ଦେଓଭୁବନପୁର ହେଲିପ୍ୟାଡ୍‌ରେ ଓହ୍ଲାଇ କୁକୁଡାନାଳା ଡ୍ୟାମର ଉନ୍ନତିକରଣ ବୁଲି ଦେଖିବା ସହ ତିଲେଇକାନିରେ ସ୍ଥାନୀୟ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହାପରେ ସେ ହେଲିକପ୍ଟର ଯୋଗେ ସୁନ୍ଦରଗଡ ସରକାରୀ କଲେଜ ପଡିଆ ହେଲିପ୍ୟାଡରେ ଓହ୍ଲାଇଥିଲେ। ଏଠାରୁ ସେ ସମଲେଇ ମନ୍ଦିର ଦର୍ଶନରେ ଯାଇଥିଲେ। ଏହାପରେ ସଦର ବ୍ଲକ ଗୁରଲିଯୋର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଜିଲା କ୍ରୀଡ଼ା ଛାତ୍ରାବାସ,ପାରିଜାତ ପାର୍କ , ଥିମ୍‌ ପାର୍କ ଆଦି ପରିଦର୍ଶନ ପରେ ସ୍ଥାନୀୟ ପ୍ରଗତି ମଣ୍ଡପରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ଅବସରରେ ସୁନ୍ଦର ନାଗରିକ କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ୫ଟି ସଚିବଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କଳାଯାଇଥିଲା। ସଚିବଙ୍କ ସହ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ସଚିବ ଆର୍‌ ଭିନିଲ କ୍ରିଷ୍ଣା, ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଏସ୍‌ପି ପ୍ରତ୍ୟୁଷ ଦିବାକର, ପୌର ଉପାଧ୍ୟକ୍ଷ ଲଲାଟେନ୍ଦୁ ପରିଡ଼ା, ଅତିରିକ୍ତ ଜିଲାପାଳ(ରାଜସ୍ବ) ଅଭିମନ୍ୟୁ ବେହେରା,ଅତିରିକ୍ତ ଜିଲାପାଳ ରବିନାରାୟଣ ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସରୋଜ ମିଶ୍ର, ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିନୟ ଟପ୍ପୋଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଅପରାହ୍ନ ସାଢ଼େ ୪ଟାରେ ସଚିବ ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri