୫-ଟି ସଚିବଙ୍କ ଶିଖରଚଣ୍ଡୀ, ଟାଉନ ପ୍ଲାନିଂ ସ୍କିମ୍‌ ସମୀକ୍ଷା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ସୋମବାର ଭୁବନେଶ୍ୱର ଉପକଣ୍ଠ ପଥରଗାଡ଼ିଆ ନିକଟସ୍ଥ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିବା ସହ ମନ୍ଦିର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଦ୍ୱାରା ପର୍ଯ୍ୟଟକଙ୍କ ସକାଶେ କରାଯାଉଥିବା ଅବସର ବିନୋଦନ ଏବଂ ଅନ୍ୟାନ୍ୟ ସୁବିଧାଗୁଡ଼ିକର ସମୀକ୍ଷା କରିଥିଲେ। ପ୍ରାକୃତିକ ଭିତ୍ତିଭୂମିର ବିକାଶ, ଦୁଃସାହସିକ କ୍ରୀଡ଼ା, ଟ୍ରାକିଂ, ପାହାଡ଼ ଉପର ବିକାଶ ସହ ପାହାଡ଼ ପାଦଦେଶ ଇଡ୍‌କୋ ଅଞ୍ଚଳରେ ଥିବା ଗୋଷ୍ଠୀ ଭିତ୍ତିଭୂମିର ବିକାଶ ନିମନ୍ତେ ୫-ଟି ସଚିବ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ଗୋଠପାଟଣା ନିକଟରେ ବିଡିଏ ଦ୍ୱାରା କରାଯାଉଥିବା ଟାଉନ୍‌ ପ୍ଲାନିଂ ସ୍କିମ୍‌ ଏବଂ ରିଙ୍ଗ୍‌ ରୋଡ୍‌ ପ୍ରକଳ୍ପର ମଧ୍ୟ ସମୀକ୍ଷା କରିଥିଲେ। ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ୫-ଟି ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜମି ମାଲିକମାନଙ୍କ ମତାମତ ଭିତ୍ତିରେ ଟାଉନ୍‌ ପ୍ଲାନିଂ ସ୍କିମ୍‌ଗୁଡ଼ିକର ବିକାଶ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି। ଏହି ସମୀକ୍ଷାରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବ ସଞ୍ଜୟ ସିଂ, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଆର୍‌. ଭୀନିଲକ୍ରୀଷ୍ଣା, ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ, ଖୋର୍ଦ୍ଧା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri