ବିଏମ୍‌ସି ନୂଆ ବିଲ୍ଡିଂ, ଓ-ହବ୍‌ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର, ୨୩।୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ସତ୍ୟନଗରଠାରେ ନିର୍ମାଣାଧୀନ ବିଏମ୍‌ସିର ନୂଆ ବିଲ୍ଡିଂ ଏବଂ ଓ-ହବ୍‌ ପରିଦର୍ଶନ କରିଛନ୍ତି। ସେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହିତ ଯଥାଶୀଘ୍ର ଏହି ଦୁଇ ବିଲ୍ଡିଂର ନିର୍ମାଣ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ପ୍ରଥମଥର ପାଇଁ ଓଡ଼ିଶାରେ ଡେଭଲପ୍‌ମେଣ୍ଟ ସେଣ୍ଟର ପ୍ରତିଷ୍ଠା କରିବାକୁ ଆଇବିଏମ୍‌ ଏବଂ ଡେଲୋଏଟ୍‌ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ଆଗ୍ରହ ପ୍ରକାଶ କରିଛନ୍ତି। ଓ-ହବ୍‌ଠାରେ ସେମାନେ ଅଫିସ୍‌ ଖୋଲିବାକୁ ଯାଉଛନ୍ତି। ଭୁବନେଶ୍ୱରରେ ବହୁରାଷ୍ଟ୍ରୀୟ କମ୍ପାନୀଗୁଡ଼ିକର ବିକାଶ କେନ୍ଦ୍ର ଖୋଲିବା ଦ୍ବାରା ଯୁବତୀ ଯୁବକଙ୍କ ପାଇଁ ବଡ଼ ଚାକିରି ସୁଯୋଗ ସୃଷ୍ଟି କରିବ। ୨୦୨୨ ଅକ୍ଟୋବର ମଧ୍ୟଭାଗ ସୁଦ୍ଧା ଏହି ଦୁଇଟି ସେଣ୍ଟର କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହ ଭୁବନେଶ୍ୱର ସ୍ମାର୍ଟସିଟି କମାଣ୍ଡ୍‌ ଓ କଣ୍ଟ୍ରୋଲ ସେଣ୍ଟର କାର୍ଯ୍ୟର ଅଗ୍ରଗତି ନେଇ ସେ ସନ୍ତୋଷ ପ୍ରକାଶ କରିଥିଲେ। ସେଠାରେ ସାଧାରଣ ଲୋକଙ୍କ ପାଇଁ ମିଟିଂ ହଲ୍‌, କ୍ୟାଣ୍ଟିନ୍‌ ଓ ପାର୍କିଂ ବ୍ୟବସ୍ଥା କରିବାକୁ ସେ ଗୁରୁତ୍ୱ ଦେଇଥିଲେ। ସେହିପରି ଓ-ହବ୍‌ରେ ଦ୍ୱିତୀୟ ଟାଓ୍ବାର ନିର୍ମାଣକୁ ପ୍ରାଧାନ୍ୟ ଦେଇଥିଲେ। ସେଠାରେ ଇନ୍‌କ୍ୟୁବେଶନ ସେଣ୍ଟର ସହ ଷ୍ଟାର୍ଟଅପ୍‌ ପାଇଁ ଆବଶ୍ୟକ ସ୍ଥାନ ରଖିବାକୁ କହିଥିଲେ। ଇନ୍‌ଫୋସିଟି ଅଞ୍ଚଳରେ ବହୁତଳ ବିଶିଷ୍ଟ ପାର୍କିଂ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଥିଲେ। ଫଳରେ ଆଇଟି କମ୍ପାନୀଗୁଡିକର ପାର୍କିଂ ସମସ୍ୟା ଦୂର ହୋଇ ପାରିବ ବୋଲି ୫-ଟି ସଚିବ କହିଥିଲେ। ଏହି ପରିଦର୍ଶନ ସମୟରେ ତାଙ୍କ ସହ ଶିଳ୍ପ ସଚିବ ହେମନ୍ତ ଶର୍ମା, ବୈଷୟିକ ଓ ପ୍ରଯୁକ୍ତିବିଦ୍ୟା ସଚିବ ମନୋଜ ମିଶ୍ର, ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ ଅଧ୍ୟକ୍ଷ ସଞ୍ଜୟ ସିଂ, ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri