ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ଧାର୍ମିକ ସହର ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ଅଧିକାଂଶ ସମୟରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ପୁରୀ ଆସି କାର୍ଯ୍ୟର ତଦାରଖ କରିଥାନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ୫-ଟି ସଚିବ ପାଣ୍ଡିଆନ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୁରୀରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସକାଳ ସମୟରେ ୫-ଟି ସଚିବ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ଅନ୍ୟାନ୍ୟ ପ୍ରକଳ୍ପଗୁଡିକର ନିର୍ମାଣ ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଥିଲେ। ପାଣ୍ଡିଆନ ପୁରୀ ଆସି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିଥିଲେ। ପ୍ରଥମେ ଶ୍ରୀମନ୍ଦିର ଚାରିପଟେ ଚାଲିଥିବା ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ। ପରେ ଧର୍ମଶାଳା କାର୍ଯ୍ୟ ସମୀକ୍ଷା କରିବାକୁ ଯାଇଥିଲେ। ବାସେଳୀ ସାହି ଥାନା ଅନ୍ତର୍ଗତ ମାର୍କଣ୍ଡେଶ୍ୱର ସାହି-୨ରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀ ଓ ଶ୍ରଦ୍ଧାଳୁମାନଙ୍କ ରହିବା ପାଇଁ ୧୦ଏକର ଜାଗାରେ ଧର୍ମଶାଳା ନିର୍ମାଣ କରାଯିବ। ଏହି ପ୍ରକଳ୍ପରେ ୧୩୫ କୋଟି ଟଙ୍କା ବ୍ୟୟ ହେବାକୁ ଥିବାବେଳେ ୫ଟି ବ୍ଲକ ବିଶିଷ୍ଟ ଏହି ଧର୍ମଶାଳାରେ ୩୭୦୦ ଯାତ୍ରୀ ରହିବାର ବ୍ୟବସ୍ଥା ହେଉଛି। ୪୩ ଏକର ପରିମିତ ଅଞ୍ଚଳରେ ୬୭ କୋଟି ଟଙ୍କା ବ୍ୟୟରେ ପାର୍କିଂ ସ୍ଥଳର ବ୍ୟବସ୍ଥା ହୋଇଛି। ଏଠାରେ ୪୨୦ଟି ବସ୍‌, ୨୫୮ ଅଟୋ, ୫୪୯ ଚାରିଚକିଆ ଗାଡ଼ି ଓ ୧୦୫୪ଟି ଦୁଇଚକିଆ ଗାଡ଼ି ପାର୍କିଂର ବ୍ୟବସ୍ଥା ରହିବ। ୧୬୧ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧିନ ଶ୍ରୀ ସେତୁର ଗୋଟିଏ ପାଶର୍‌ବ ଜଗନ୍ନାଥ ବଲ୍ଲଭ ପାର୍କିଂ ସ୍ଥଳକୁ ରଥଯାତ୍ରା ପୂର୍ବରୁ ସଂଯୋଗ ପାଇଁ ତ୍ୱରାନ୍ବିତ କାର୍ଯ୍ୟ କରିବାକୁ ନିର୍ମାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ସମସ୍ତ କାର୍ଯ୍ୟକୁ ପାଣ୍ଡିଆନ ପରିଦର୍ଶନ କରି ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ସମୟରେ ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ଓବିସିସିର ନିର୍ବାହୀ ଯନ୍ତ୍ରୀ ସୁନ୍ଦର ମାଧବ ପାଢ଼ୀ ଓ ଅନ୍ୟାନ୍ୟ ଅଧିକାରୀ, ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri