ସେଣ୍ଟ ଜାଭିୟର୍ସ ହାଇସ୍କୁଲକୁ ୫ଷ୍ଟାର ର଼୍ୟାଙ୍କିଙ୍ଗ୍‌

ଭୁବନେଶ୍ୱର,୧୪ା୧(ଅନୁରାଧା ମହାରଣା): ଦ୍ବାରକାରେ ଆୟୋଜିତ ଏକ ସମାବେଶରେ ସିଇଡି ଫାଉଣ୍ଡେଶନ ଦ୍ୱାରା କଟକ ବାରବାଟି ଷ୍ଟାଡିୟମ୍‌ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲ କ୍ରମାଗତ ଭାବେ ଷ୍ଟାର ର଼୍ୟାଙ୍କିଙ୍ଗ୍‌ରେ ୫ ଷ୍ଟାର ପ୍ରାପ୍ତ କରିପାରିଛି। ଏ++ ଗାର୍ଡ ସହିତ ପରୀକ୍ଷଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଥିବା ବିଦ୍ୟାଳୟ ଭାବରେ ଏହି ବିଦ୍ୟାଳୟ ସ୍ବୀକୃତିପ୍ରାପ୍ତ ହୋଇଥିବାବେଳେ ବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରିୟଦର୍ଶୀ ନାୟକଙ୍କ ଦୂରଦୃଷ୍ଟି ଓ ବଳିଷ୍ଠ ନେତୃତ୍ୱରେ ବିଦ୍ୟାଳୟ ଏହି ସଫଳତା ହାସଲ କରିପାରିଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ଶ୍ରୀଧର ଶ୍ରୀବାସ୍ତବ, ମୁଖ୍ୟ ବକ୍ତା ଭାବେ ପ୍ରଫେସର ଦିନେଶ ସିଂହ ଯୋଗଦେଇଥିବାବେଳେ ଡ. ପ୍ରିୟଦର୍ଶୀ ନାୟକ, ଡ. ଏ କେ ଶର୍ମା, ଅନୁଭୂତି ମେହେଟା, ଡ. ଶୁନିଲ ତ୍ରିପାଠି ପ୍ରମୁଖ ଦେଇଥିଲେ । ସେହିପରି କଟକର ସେଣ୍ଟ ଜାଭିୟର ହାଇସ୍କୁଲ ବାରବାଟୀ କ୍ୟାମ୍ପସରୁ ଯୋଗେଶ ବର୍ମା ପିଜିଟି ବାଣିଜ୍ୟ ଭାରତ ଆଇକନିକ ଏଡୁକେଟର୍‌ ଭାବେ ପୁରସ୍କୃତ ହୋଇଛନ୍ତି। ସୂଚନାଥାଉକି, ଷ୍ଟାର ରାଙ୍କି ପାଇଁ ମୋଟ ୨୩ ଟି ରାଜ୍ୟ ରୁ ୧୪୫୬ ଟି ବିଦ୍ୟାଳୟ ର ଆବେଦନ ପତ୍ର ଗ୍ରହଣ କରାଯାଇ ଥିଲା । ଏଥିରୁ ୧୦୩ଟି ବିଦ୍ୟାଳୟ ନିର୍ବାଚିତ ହୋଇଥିଲେ I ଏ ସମସ୍ତ ବିଦ୍ୟାଳୟ ମଧ୍ୟରେ କଟକ ବାରବାଟି ଷ୍ଟାଡିୟମସ୍ଥିତ ସେଣ୍ଟ ଜାଭିୟର୍ସ ଉଚ୍ଚ ବିଦ୍ୟାଳୟ ୫ ଷ୍ଟାର ର଼୍ୟାଙ୍କିଙ୍ଗ ପାଇବାର ଗୌରବ ଅର୍ଜନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?