ନଜରରେ ୫ ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଆଶଙ୍କାକୁ ନେଇ ପୁଣି କଟକଣା ଜାରି ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସଂକ୍ରମଣ ପ୍ରବଣ ରାଜ୍ୟ ଫେରନ୍ତାଙ୍କ ପାଇଁ କଡ଼ା କଟକଣା ଲାଗୁ କରାଯାଇଥିଲା। ଶନିବାର ଏଥିରେ ସାମାନ୍ୟ ବଦଳାଯାଇଛି। ଏଣିକି ୧୧ ରାଜ୍ୟ ଓ ଚଣ୍ଡିଗଡ଼ ନୁହେଁ, କେବଳ ୫ ରାଜ୍ୟ ଫେରନ୍ତାଙ୍କ ଉପରେ କଡ଼ା ନଜର ରହିବ। ମହାରାଷ୍ଟ୍ର, କେରଳ, ପଞ୍ଜାବ, ଛତିଶଗଡ଼ ଓ ମଧ୍ୟପ୍ରଦେଶରୁ ଆସୁଥିବା ଲୋକଙ୍କ ଉପରେ ଓଡ଼ିଶା ସରକାର କଡ଼ା କଟକଣା ଲଗାଇଛନ୍ତି। ଏହି ରାଜ୍ୟଗୁଡ଼ିକରେ ଦ୍ରୁତ ସଂକ୍ରମଣକୁ ନଜରରେ ରଖି ସ୍ବାସ୍ଥ୍ୟ ବିଭାଗ ଏପରି ନିଷ୍ପତ୍ତି ନେବା ସହ ପରିବର୍ତ୍ତିତ ଗାଇଡ୍‌ଲାଇନ୍‌ ଜାରି କରିଛି। ଏସବୁ ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ ବିମାନବନ୍ଦର ଓ ରେଳ ଷ୍ଟେଶନରେ ଥର୍ମାଲ ସ୍କ୍ରିନିଂ ସହ ରାପିଡ୍‌ ଆଣ୍ଟିଜେନ୍‌ କିଟ୍‌ରେ କରୋନା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ୭ଦିନିଆ ହୋମ୍‌ ଆଇସୋଲେଶନକୁ ବାଧ୍ୟତାମୂଳକ କରାଯାଇଛି। କିନ୍ତୁ ବୋର୍ଡିଂର ୭୨ ଘଣ୍ଟା ମଧ୍ୟରେ ଆର୍‌ଟିପିସିଆର୍‌ ରିପୋର୍ଟ ନେଗେଟିଭ୍‌ ଥିଲେ ପୃଥକବାସ ଜରୁରୀ ନୁହେଁ ବୋଲି କୁହାଯାଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।
ଉଲ୍ଲେଖଯୋଗ୍ୟ, ଶୁକ୍ରବାର ରାଜ୍ୟ ସରକାର ୧୧ ରାଜ୍ୟ ଓ ଚଣ୍ଡିଗଡ଼ ଫେରନ୍ତାଙ୍କ ପାଇଁ ୭ଦିନିଆ ହୋମ୍‌ ଆଇସୋଲେଶନ ବାଧ୍ୟତାମୂଳକ କରିଥିଲେ। ଏହି ସମସ୍ତ ସ୍ଥାନରୁ ଫେରୁଥିବା ଯାତ୍ରୀଙ୍କର ରେଳଷ୍ଟେଶନ ଓ ବିମାନବନ୍ଦରରେ ସ୍କ୍ରିନିଂ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଲକ୍ଷଣ ଥିବା ଯାତ୍ରୀଙ୍କର ଆଣ୍ଟିଜେନ୍‌ ଟେଷ୍ଟ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ମଧ୍ୟ ଜାରି ହୋଇଥିଲା। ଆଇସୋଲେଶନ ଗାଇଡ୍‌ଲାଇନ୍‌ରେ କିଛିଟା ପରିବର୍ତ୍ତନ ଅଣାଯାଇଥିବାବେଳେ ନିର୍ଦ୍ଦେଶ ଅନୁସାରେ ଶନିବାରଠାରୁ ରେଳ ଷ୍ଟେଶନରେ ସ୍କ୍ରିନିଂ ଓ ଟେଷ୍ଟିଂ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri