Posted inଜାତୀୟ

୫ ମହଲା କୋଠା ଭୁଶୁଡିଲା, ୫ ମୃତଦେହ ଉଦ୍ଧାର, ୩୦-୪୦ ଲୋକ ମାଟିତଳେ ଦବି ରହିଥିବା ଆଶଙ୍କା…

ଲକ୍ଷ୍ନୌ,୨୪।୧ : ଲକ୍ଷ୍ନୌର ହଜରତଗଞ୍ଜରେ ୧୫ ବର୍ଷ ପୁରୁଣା ଏକ ୫ ମହଲା କୋଠା ଭୁଶୁଡି ପଡ଼ିଛି। ଏଥିରେ ୫ ଜଣ ଲୋକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତେବେ ମାଟି ତଳେ ୪୦-୫୦ ଲୋକ ଦବି ହୋଇ ରହିଥିବା ଆଶଙ୍କା କରାଯାଉଛି।

ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୋଲିସ କମିଶନର ଏସ.ବି ଶିରୋଦକର ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ତଦାରଖ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ,ଏସଡିଆରଏପ ଏବଂ ଏନଡିଆରଏଫ ଟିମ୍‌କୁ ଘଟଣାସ୍ଥଳକୁ ଯିବା ନିର୍ଦ୍ଦେଶ ଜାରି କରିଛନ୍ତି।

କୋଠାରେ ୩୦-୩୫ ପରିବାର ବାସ କରୁଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମାଜବାଦୀ ପାର୍ଟିର ପ୍ରବକ୍ତା ହାଇଦର ଅବ୍ବାସଙ୍କ ମା‘ , ସ୍ତ୍ରୀ ଏବଂ ପିଲାମାନେ ମାଟିତଳେ ଦବି ହୋଇ ରହିଥିବା କୁହାଯାଉଛି। କୋଠାରେ ମରାମତି କାର୍ଯ୍ୟ ଜାରି ରହିଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। ସନ୍ଧ୍ୟା ପ୍ରାୟ ୬ଟା ୩୦ରେ କୋଠା ଭୁଶୁଡି ପଡ଼ିଥିଲା। ଖବର ପାଇଁ ଦେଢ଼ ଘଣ୍ଟାପରେ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଥିଲା।
୭ ଲୋକଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri