ଭରତପୁର ଥାନା ଘଟଣା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ଅଧିକାରୀ

କଟକ,୧ା୧୦(କାର୍ତ୍ତିକ ସାହୁ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ଘଟିଥିବା ପୋଲିସ ନିର୍ଯାତନା ଘଟଣାରେ ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କୁ ଗିରଫଦାରୀ ଭୟ ଘାରିଛି। ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଯେକୌଣସି ସମୟରେ ନିଲମ୍ବିତ ପୋଲିସ ଅଧିକାରୀମାନଙ୍କୁ ଗିରଫ କରିପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି। ଯଦ୍ଦ୍ବାରା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ନିଲମ୍ବିତ ପୋଲିସ ଅଧିକାରୀ ସୋମବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମାନସ ଚାନ୍ଦ ମାମଲା ପରିଚାଳନା କରୁଛନ୍ତି।

ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଏନେଇ କମିଶନ ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ସର୍କିଟ୍‌ ହାଉସରେ ପ୍ରଥମ ବୈଠକ ବସିଛି। ବୈଠକରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ, ଗୃହ ବିଭାଗ ସଚିବ ସତ୍ୟବ୍ରତ ସାହୁ, ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ସଞ୍ଜୟ ସିଂ, ଏସ୍‌ସିଆର୍‌ବି ଓ ଏସ୍‌ଏଫ୍‌ଏସ୍‌ଏଲ୍‌ର ନିର୍ଦ୍ଦେଶକ ସନ୍ତୋଷ ବାଲା, କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର, କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ତେବେ କ୍ରାଇମବ୍ରାଞ୍ଚ ଏହି ଘଟଣାରେ ତଦନ୍ତ ଜାରି ରଖିଥିବା ବେଳେ ତଦନ୍ତର ଅଗ୍ରଗତି ନେଇ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। କ୍ରାଇମବ୍ରାଞ୍ଚ ପକ୍ଷରୁ କମିଶନ ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାସଙ୍କୁ ତଦନ୍ତର ବିଭିନ୍ନ ଦିଗ ସଂକ୍ରାନ୍ତରେ ଅବଗତ କରାଯାଇଥିଲା। ଏହି ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ କମିଶନଙ୍କ ସଚିବ ଭାବେ ଅବସରପ୍ରାପ୍ତ ଜିଲାଜଜ୍‌ ଶୁଭେନ୍ଦୁ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି। ବୈଠକରେ ଶୁଭେନ୍ଦୁ ମଧ୍ୟ ଉପସ୍ଥିତ ଥିଲେ। ଶୁଭେନ୍ଦୁ କହିଛନ୍ତି, ସତ୍ୟପାଠ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇବ। ସତ୍ୟପାଠ ଦାଖଲ ପାଇଁ ୨୧ଦିନ ସମୟ ଦିଆଯିବ। ଏହି ମାମଲାରେ ଯେଉଁମାନେ ପୀଡ଼ିତ ଓ ଅଭିଯୁକ୍ତ ରହିଛନ୍ତି, ସେମାନେ ସତ୍ୟପାଠ ଦାଖଲ କରିବେ। ଆର୍ମି ଅଫିସର, ବାନ୍ଧବୀ ଓ ପୋଲିସ ଅଧିକାରୀମାନଙ୍କ ବ୍ୟତୀତ ଏହି ଘଟଣା ବିଷୟରେ ଜାଣିଥିବା ସର୍ବସାଧାରଣ ଲୋକ ମଧ୍ୟ ସତ୍ୟପାଠ ଦାଖଲ କରିପାରିବେ। ସ୍ପେଶାଲ ସର୍କିଟ୍‌ ହାଉସ୍‌ ଅଫିସ୍‌ରେ ସତ୍ୟପାଠ ଦାଖଲ କରାଯିବ। ପରେ ସତ୍ୟପାଠଗୁଡ଼ିକୁ ଯାଞ୍ଚ କରାଯାଇ ସେମାନଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ କମିଶନ ଯେଉଁମାନଙ୍କୁ ଚାହିଁବେ ସେମାନଙ୍କୁ ସମନ୍‌ କରାଯାଇ ଡକାଯିବ ବୋଲି ଶୁଭେନ୍ଦୁ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେପ୍ଟେମ୍ବର ୨୧ ବିଳମ୍ବିତ ରାତିରେ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ୨୨ ତାରିଖରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ଜଷ୍ଟିସ୍‌ ଦାସଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରାଯିବ ବୋଲି କୁହାଯାଇଥିଲା। ମୁଖ୍ୟତଃ ୩ଟି ଦିଗ ଉପରେ ତଦନ୍ତ ଆଗେଇବା ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା। କିଭଳି ଓ କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା, ସମ୍ପୂର୍ଣ୍ଣ ଘଟଣାକ୍ରମ କ’ଣ ଥିଲା, କେଉଁ ପରିସ୍ଥିତିରେ ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଏବଂ ମାଡ଼ମରା ଭଳି ଘଟଣା ଘଟିଲା, ଏହିସବୁ ଘଟଣାର ତଦନ୍ତ କରାଯିବ ବୋଲି ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା।

୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ଆରମ୍ଭ
ଭରତପୁର ଥାନାରେ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍‌ ଫୋରେନ୍‌ସିକ ସାଇନ୍ସ ଲାବରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ ଟେଷ୍ଟ, ନାର୍କୋ-ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଙ୍ଗ୍‌ ଟେଷ୍ଟ ହୋଇଥିବାବେଳେ ଅନ୍ୟ ୪ ପୋଲିସ ଅଧିକାରୀଙ୍କ କେବଳ ପଲିଗ୍ରାଫ୍‌ ଟେଷ୍ଟ ହେବ। ଜଣଙ୍କ ପରେ ଜଣଙ୍କୁ ଏସବୁ ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?