କାନ୍ଥ ଚିତ୍ରାଙ୍କନରେ ସୀମିତ ୫-ଟି ବିଦ୍ୟାଳୟ

ମାଲକାନଗିରି,୨୫ା୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ୭୦ରୁ ଊର୍ଦ୍ଧ୍ୱ ଉଚ୍ଚ ବିଦ୍ୟାଳୟ ୫-ଟିରେ ରୂପାନ୍ତର ହୋଇଛନ୍ତି। ଏଥିପାଇଁ ଆସୁଥିବା ଅନୁଦାନରେ ବିଦ୍ୟାଳୟରେ ଭିତ୍ତିଭୂମି, ପାଠାଗାର, କମ୍ପ୍ୟୁଟର,ଶିକ୍ଷା, ସ୍ମାର୍ଟ କ୍ଲାସ୍‌, ଚିତବିନୋଦନ, କ୍ରୀଡା, ପାନୀୟ ଜଳ, ପରିମଳ, ସୁନ୍ଦର ବଗିଚା, ଶିଶୁ ଉଦ୍ୟାନ, ବିଦ୍ୟାଳୟ ଚତୁଃପାର୍ଶ୍ୱ ପାଚେରିରେ ବିଭିନ୍ନ ମହାପୁରୁଷଙ୍କ ସୁନ୍ଦର ପ୍ରତିଛବି ଅଙ୍କାଯିବା ବ୍ୟବସ୍ଥା ରହିଛି। ମାତ୍ର ମାଲକାନଗିରି ଜିଲାର କେତେକ ବିଦ୍ୟାଳୟରେ କେବଳ ପାଚେରିରେ ଚିତ୍ରାଙ୍କନରେ ଭିତ୍ତିଭୂମିର ଉନ୍ନତି ସୀମିତ ରହିଛି। କୋରୁକୋଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଶିବାନନ୍ଦ ଉଚ୍ଚ ବିଦ୍ୟାଳୟରେ ଏପରି ଦେଖିବାକୁ ମିଳଛି। ଏହି ବିଦ୍ୟାଳୟରେ ୬୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ସେମାନଙ୍କ ପାଇଁ ପାନୀୟ ଜଳ ବ୍ୟବସ୍ଥା ନାହିଁ। ପ୍ରବଳ ଗ୍ରୀଷ୍ମତାପରେ ଛାତ୍ରୀଛାତ୍ରମାନେ ପାନୀୟ ଜଳ ମୁନ୍ଦେ ପାଇଁ ହଇରାଣ ହେଉଛନ୍ତି। ତେବେ ୫-ଟି ରୂପାନ୍ତରରେ ବିଦ୍ୟାଳୟର ବିଦ୍ୟାଳୟର ମୌଳିକ ସମସ୍ୟାକୁ ଗୁରୁତ୍ୱ ନ ଦେଇ କେବଳ ପାଚେରିରେ ରଙ୍ଗ ବେରଙ୍ଗର ଚିତ୍ର ଆଙ୍କି ଅର୍ଥ ବ୍ୟୟ କରାଯାଉଥିବା କେତେକ ଅଭିଭାବକ ଅଭିଯୋଗ କରିଛନ୍ତି। ବିଦ୍ୟାଳୟର ପରିମଳ ବ୍ୟବସ୍ଥା ମଧ୍ୟ ବିପର୍ଯ୍ୟସ୍ତ ହୋଇପଡିଛି। ନିକଟରେ ୪ ଦିନ ଧରି ଏହି ବିଦ୍ୟାଳୟରେ ୧୦୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ବ୍ଲକ ସତେଜ କାର୍ଯ୍ୟକ୍ରମ ଚାଲିଥିଲା। ଏହି ଦିନଗୁଡିକେରେ ବିଦ୍ୟାଳୟରେ ପାନୀୟ ଜଳ ଏବଂ ପାଇଖାନା ବ୍ୟବହାର ନେଇ ସେମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସଫା ହେଉ ନ ଥିବାରୁ ବିଦ୍ୟାଳୟର ପାଇଖାନାଗୁଡିକ ଅତି ଅପରିସ୍କାର ହୋଇପଡିଥିଲା। ଯାହାକୁ ବ୍ୟବହାର କରିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ କ୍ଷେତ୍ରରେ ସମ୍ଭବ ହୋଇ ନ ଥିଲା। ତେବେ ପ୍ରଶାସନିକ ଅଧିକାରୀ ଏବଂ ଜନ ପ୍ରତିନିଧିମାନେ ବିଦ୍ୟାଳୟ ପରିଦର୍ଶନରେ ଯିବା ବେଳେ ଏହି ଚିତ୍ର ଦେଖି ଖୁସି ହେଉଛନ୍ତି ସତ, ମାତ୍ର ମୌଳିକ ସମସ୍ୟା ଦୂରପ୍ରତି କେହି ଦୃଷ୍ଟି ଦେଉନାହାନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ମାନସ ଜେନାଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ସହ ଯୋଗାଯୋଗ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?