୫-ଟି ସଚିବଙ୍କୁ ନେଇ ଥମୁନି ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର,୨୯ା୬(ସୁନିତ୍‌ ମିଶ୍ର): ଓଡ଼ିଶା କ୍ୟାଡରର ଜଣେ ଆଇଏଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଦେବା ପରେ ରାଜନୀତି ବୟାନବାଜି ଜୋର ଧରିଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି)ଭି.କେ.ପାଣ୍ଡିଆନଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ଶାସନ ସଚିବ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ କି ତାକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏଭଳି ସ୍ଥଳେ ରାଜ୍ୟ ସରକାର ଆକ୍ସନ ନ ନେଲେ କେନ୍ଦ୍ର ସରକାର ନେବେ କି ବୋଲି କଂଗ୍ରେସ ପ୍ରଶ୍ନ କରିଛି।
ତେବେ ଏଭଳିସ୍ଥଳେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ ପଟ୍ଟନାୟକ କହିଛନ୍ତି, ମୁଖ୍ୟ ଶାସନ ସଚିବ ଯେଉଁ ଫାଇଲ୍‌ ପଠାଇବେ ତାହା ତାଙ୍କ ବ୍ୟକ୍ତିଗତ ସଚିବଙ୍କ ମାଧ୍ୟମରେ ହିଁ ଯିବ। ତେଣୁ ସେ ଫାଇଲ ଫେରିବା ନେଇ ଆଶା କରାଯାଇପାରିବ ନାହିଁ। ଏହା ଉପରେ ରାଜ୍ୟ ସରକାର କିଛି କାର୍ଯ୍ୟାନୁଷ୍ଠାନ ନେବେ ନାହିଁ। କେନ୍ଦ୍ର ସରକାର ଯଦି ଚାହିଁବେ ତେବେ କାର୍ଯ୍ୟାନୁଷ୍ଠାନ ହେବ ଯଦି ନ ଚାହିଁବେ ତେବେ କିଛି ହେବ ନାହିଁ। କେନ୍ଦ୍ର ସରକାର ପ୍ରଥମେ ଡେପୁଟେଶନରେ ନିଅନ୍ତି ତା’ପରେ ସେମାନେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇପାରିବେ ବୋଲି ବିଜୟ କହିଛନ୍ତି। ସେହିପରି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଯଦି କେନ୍ଦ୍ର ସରକାର ଯିଏ ଅଛନ୍ତି ସେମାନେ ଚାହିଁଲେ ସଙ୍ଗେ ସଙ୍ଗେ କାର୍ଯ୍ୟାନୁଷ୍ଠାନ ନେବା ଲାଗି ବାହାରିପଡ଼ିବା କଥା। ଯେହେତୁ ବିଜେଡି-ଭାଜପା ଏକାଠି ହୋଇ ଅଛନ୍ତି। କେତେଦୂର ସେମାନେ କାର୍ଯ୍ୟାନୁଷ୍ଠାନ ନେବାକୁ ବାହାରୁଛନ୍ତି ତାକୁ ଦେଖିବାର ବାକି ରହିଛି ବୋଲି ଶରତ କହିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି, ୫-ଟି ସଚିବଙ୍କୁ ତୁରନ୍ତ ବହିଷ୍କାର କରାଯିବା ଦରକାର। ସେ ଅଗଣତାନ୍ତ୍ରିକ ପଦ୍ଧତିରେ ସୁପର ଚିଫ୍‌ ମିନିଷ୍ଟର ଭଳି କାର୍ଯ୍ୟ କରୁଛନ୍ତି, କାର୍ଯ୍ୟାଦେଶ ବାଣ୍ଟୁଛନ୍ତି, ପ୍ରତିଶ୍ରୁତି ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ଯଦି ଏହା ଉପରେ କିଛି ପଦକ୍ଷେପ ନ ନେବେ ତେବେ ଭାଜପା କେନ୍ଦ୍ର ସରକାରଙ୍କୁ ଜଣାଇବ। କେନ୍ଦ୍ର ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ନେବ ବୋଲି ଭାଜପାର ବିଶ୍ୱାସ ରହିଥିବା ମୋହନ କହିଛନ୍ତି। ତେବେ ବିରୋଧୀଙ୍କ ଏଭଳି ଅଭିଯୋଗକୁ ପାଲଟା ଟାର୍ଗେଟ କରି ବିଜେଡି ନେତା ତଥା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ଗ୍ରାଉଣ୍ଡକୁ କେବଳ ୫-ଟି ସଚିବ ନୁହନ୍ତି ଉନ୍ନୟନ କମିଶନର, ମୁଖ୍ୟଶାସନ ସଚିବ ମଧ୍ୟ ଯାଉଛନ୍ତି। ମନ୍ତ୍ରୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅଛି ଲୋକଙ୍କ ପାଖକୁ ଯିବା ଲାଗି। ଆମେ ଲୋକଙ୍କ ପାଖକୁ ଯାଉଛୁ ଆଉ କେତେଜଣ ଲୋକ ଭୁବନେଶ୍ୱରରେ ବସି ଦିଲ୍ଲୀ, ଦୌଲତାବାଦ୍‌ ଦୌଡୁଛନ୍ତି। ବିରୋଧୀ ଯେଉଁ କଥା କହୁଛନ୍ତି ଲୋକମାନେ ତାକୁ ଗ୍ରହଣ କରୁନାହାନ୍ତି ବୋଲି ଅତନୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri