ପୁରୀରେ ୫ଟି ସଚିବ, ସମସ୍ତ ବ୍ୟବସ୍ଥାର କଲେ ଅନୁଧ୍ୟାନ

ପୁରୀ ଅଫିସ, ୧୯।୨: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପହଞ୍ଚିବା ପରେ ସନ୍ଧ୍ୟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ। ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ଶନିବାର ସକାଳ ୭ଟା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ସପରିବାର ସହ ଶ୍ରୀମନ୍ଦିରରେ ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିବା ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତ। ଅପରାହ୍ନ ୩ଟା ୨୫ମିନିଟରେ ରାଷ୍ଟ୍ରପତି ତାଳବଣିଆ ହେଲିପ୍ୟାଡଠାରେ ପହଞ୍ଚିବା ପରେ ରାଜଭବନ ଅଭିମୁଖେ ଯିବେ। ଏହାପରେ ସା ୫ଟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ ।