୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ତରବରିଆ କାର୍ଯ୍ୟ

ମ. ରାମପୁର,୧୯।୫(ଡି.ଏନ.ଏ.): ୧୯ ଓ ୨୦ ତାରିଖରେ ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିବେ ୫-ଟି ସଚିବ ଭି.କେ. ପାଣ୍ଡିୟାନ। ଏହି ଅବସରରେ ମ. ରାମପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ମୋ ହସ୍ପିଟାଲ ଓ ସନ୍ଦୂଲ୍‌ ନଦିଠାରେ ନିର୍ମାଣାଧୀନ ସେଚ ପ୍ରକଳ୍ପରେ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ମୋ ହସ୍ପିଟାଲଠାରେ ଗୁରୁବାର ତରଆବରିଆ ଭାବେ ନିର୍ମାଣ କାର୍ଯ୍ୟ କରୁଥିବ ଦେଖାଯାଇଛି। ପେଭର୍‌ ବ୍ଲକ ବିଛା କାର୍ଯ୍ୟରେ ମାଟି, ବାଲି ଲେଭେଲ ପାଇଁ ଭାଇବ୍ରେଟର ବ୍ୟବହାର ନ କରି, ଉପଯୁକ୍ତ ଜଳ ବ୍ୟବହାର ନ କରି ତରବରିଆ ବିଛା ଯାଇଛି। ଏହାର ସ୍ଥାୟିତ୍ୱ ନେଇ ଆଶଙ୍କା ଦେଖାଯାଇଛି। ସଚିବ ଗସ୍ତ ପୂର୍ବଦିନ ଗୁରୁବାର ବିଜେଡି ରାଜ୍ୟ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କ୍ଷେତ୍ର ଗ୍ରସ୍ତ କରିଛନ୍ତି। ତାଙ୍କ ସହିତ ବିଜେଡି ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ବିଧାୟକ ଭୂପିନ୍ଦର ସିଂହ, ବିଧାୟକ ଦିବ୍ୟଶଙ୍କର ସିଂହ ମିଶ୍ର ପ୍ରମୁଖ କ୍ଷେତ୍ର ଗ୍ରସ୍ତ କରି ସମୀକ୍ଷା କରିଥିଲେ। ସଚିବ ଶୁକ୍ରବାର ସକାଳେ କେସିଙ୍ଗା ବେଲଖଣ୍ଡି ଶିବ ମନ୍ଦିର ଯାଇ ସେଠାରୁ ପୂର୍ବାହ୍ନ ୧୧.୩୫ରେ ମ. ରାମପୁର ମୋ ହସ୍ପିଟାଲରେ ସମୀକ୍ଷା, ସନ୍ଦୁଲ ସେଚ ପ୍ରକଳ୍ପଠାରେ ୧୧.୫୫ରୁ ମଧ୍ୟାହ୍ନ ୧୨.୧୦ ମିନିଟ ପର୍ଯ୍ୟନ୍ତ ଲୋକଙ୍କ ସହିତ ଆଲୋଚନା କରିବେ। ଏହା ପରେ ନର୍ଲା ଅଭିମୁଖେ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri