ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ କେନ୍ଦୁଝରର ୫ ମେଧାବୀ

କେନ୍ଦୁଝର, ୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):  କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍‌ ପାସ କରିଥିବା ୫ ମେଧାବୀ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ। ସେମାନେ ବିଶ୍ୱର ସୁନାମଧନ୍ୟ ଶିକ୍ଷା ପ୍ରତିଷ୍ଠାନ କର୍ଟିନ ବିଶ୍ୱବିଦ୍ୟାଳୟ ଅଧୀନ ୱେଷ୍ଟ ଅଷ୍ଟ୍ରେଲିଆନ ସ୍କୁଲ ଅଫ୍‌ ମାଇନ୍ସ, ମିନେରାଲ୍ସ, ଏନର୍ଜି ଆଣ୍ଡ କେମିକାଲ ଇଞ୍ଜିନିୟରିଂ (ଡବ୍ଲ୍ୟୁଏଏସ୍‌ଏମ୍‌ ଓ ଏମ୍‌ଇସିଇ)ରେ ଉଚ୍ଚଶିକ୍ଷା ଲାଭ କରିବେ। ସେମାନଙ୍କ ପାଠପଢ଼ା, ଅଷ୍ଟ୍ରେଲିଆରେ ରହଣି ଓ ଯାତାୟାତ ବାବଦକୁ ସମସ୍ତ ଖର୍ଚ୍ଚ କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ ବହନ କରିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
କର୍ଟିନ ବିଶ୍ୱବିଦ୍ୟାଳୟର ବିଭିନ୍ନ ଉଦ୍ୟୋଗୀଙ୍କ ସହ ସମ୍ପର୍କ, ଉଚ୍ଚମାନର ଗବେଷଣା ଓ ନୂତନ ପାଠ୍ୟକ୍ରମ ପାଇଁ ଏହା ସମଗ୍ର ବିଶ୍ୱରେ ପରିଚିତ। ଶିକ୍ଷାନୁଷ୍ଠାନ ୭ ବର୍ଷ ଧରି ମିନେରାଲ ଏବଂ ମାଇନିଂ ଇଞ୍ଜିନିୟରିଂ ଶିକ୍ଷାଦାନ କ୍ଷେତ୍ରରେ କ୍ୟୁଏସ୍‌ ବିଶ୍ୱବିଶ୍ୱବିଦ୍ୟାଳୟ ର଼୍ୟାଙ୍କ୍‌ରେ ଦ୍ୱିତୀୟ ସ୍ଥାନ ଅଧିଗ୍ରହଣ କରିଆସୁଛି। ଏଠାରେ ଅଧ୍ୟୟନ କରିବା ପାଇଁ କେନ୍ଦୁଝର ଜିଲାରୁ ଯେଉଁ ୫ ଛାତ୍ରୀଛାତ୍ର ଚୟନ ହୋଇଛନ୍ତି ସେମାନେ ହେଲେ, ମିନର୍ଭା ସାହୁ, ଅଦ୍ୱିକ କୁମାର, ଆକିବ ଅହମ୍ମଦ, ଗିତିଶ ଶେଖର ନାୟକ ଓ ସରୋଜ ବିଶ୍ୱକର୍ମା। ଛାତ୍ରୀଛାତ୍ର ପ୍ରଫେସନାଲ ମାଇନିଂ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ ପାଇଁ ଅଷ୍ଟ୍ରେଲିଆ ଯିବେ। ଏଥିପାଇଁ ୱେଷ୍ଟ ଅଷ୍ଟ୍ରେଲିଆନ ସ୍କୁଲ ଅଫ୍‌ ମାଇନ୍ସ ସହ କେନ୍ଦୁଝର ଜିଲା ପ୍ରଶାସନର ବୁଝାମଣା ହୋଇଛି। ଏହି ବୁଝାମଣା ପଛରେ ଏକ ବଡ଼ ଏବଂ ମହତ ଉଦ୍ଦେଶ୍ୟ ରହିଛି। କେନ୍ଦୁଝର ଏକ ଜନଜାତି ବହୁଳ ଜିଲା ହେବା ସାଙ୍ଗକୁ ଏଠାରେ ଖଣିଜ ସମ୍ପଦ ଭରପୂର ରହିଛି। ଏଣୁ ଜିଲାର ଶୈକ୍ଷିକ ବାତାବରଣକୁ ଉତ୍କୃଷ୍ଟ କରିବା ଏବଂ ଏଠିକାର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଜିଲା ପ୍ରଶାସନକୁ ଏହା ଏକ ସୁଯୋଗ ପ୍ରଦାନ କରିଛି। ମାଇନିଂ ଇଞ୍ଜିନିୟରିଂ କ୍ଷେତ୍ରରେ ସେମାନଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ କରାଯାଇ ଭବିଷ୍ୟତରେ ନିଜ ଅଞ୍ଚଳର ବିକାଶରେ ନିୟୋଜନ କରାଯିବା ହେଉଛି ଜିଲା ପ୍ରଶାସନର ମୂଳ ଉଦ୍ଦେଶ୍ୟ ବୋଲି ଜିଲାପାଳ ଆଶିଷ ଠାକ୍‌ରେ କହିଛନ୍ତି।
ଚୟନ ହୋଇଥିବା ୫ ଛାତ୍ରୀଛାତ୍ର ସୋମବାର ନବୀନନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି ନୂଆ ଯାତ୍ରା ପାଇଁ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଥିସହ କଠିନ ପରିଶ୍ରମ କରି ନିଜର କ୍ୟାରିୟର ଲକ୍ଷ୍ୟ ହାସଲ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ୍‌ ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ କେନ୍ଦୁଝର ଜିଲାପାଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri