ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ କେନ୍ଦୁଝରର ୫ ମେଧାବୀ

କେନ୍ଦୁଝର, ୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):  କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍‌ ପାସ କରିଥିବା ୫ ମେଧାବୀ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ। ସେମାନେ ବିଶ୍ୱର ସୁନାମଧନ୍ୟ ଶିକ୍ଷା ପ୍ରତିଷ୍ଠାନ କର୍ଟିନ ବିଶ୍ୱବିଦ୍ୟାଳୟ ଅଧୀନ ୱେଷ୍ଟ ଅଷ୍ଟ୍ରେଲିଆନ ସ୍କୁଲ ଅଫ୍‌ ମାଇନ୍ସ, ମିନେରାଲ୍ସ, ଏନର୍ଜି ଆଣ୍ଡ କେମିକାଲ ଇଞ୍ଜିନିୟରିଂ (ଡବ୍ଲ୍ୟୁଏଏସ୍‌ଏମ୍‌ ଓ ଏମ୍‌ଇସିଇ)ରେ ଉଚ୍ଚଶିକ୍ଷା ଲାଭ କରିବେ। ସେମାନଙ୍କ ପାଠପଢ଼ା, ଅଷ୍ଟ୍ରେଲିଆରେ ରହଣି ଓ ଯାତାୟାତ ବାବଦକୁ ସମସ୍ତ ଖର୍ଚ୍ଚ କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ ବହନ କରିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
କର୍ଟିନ ବିଶ୍ୱବିଦ୍ୟାଳୟର ବିଭିନ୍ନ ଉଦ୍ୟୋଗୀଙ୍କ ସହ ସମ୍ପର୍କ, ଉଚ୍ଚମାନର ଗବେଷଣା ଓ ନୂତନ ପାଠ୍ୟକ୍ରମ ପାଇଁ ଏହା ସମଗ୍ର ବିଶ୍ୱରେ ପରିଚିତ। ଶିକ୍ଷାନୁଷ୍ଠାନ ୭ ବର୍ଷ ଧରି ମିନେରାଲ ଏବଂ ମାଇନିଂ ଇଞ୍ଜିନିୟରିଂ ଶିକ୍ଷାଦାନ କ୍ଷେତ୍ରରେ କ୍ୟୁଏସ୍‌ ବିଶ୍ୱବିଶ୍ୱବିଦ୍ୟାଳୟ ର଼୍ୟାଙ୍କ୍‌ରେ ଦ୍ୱିତୀୟ ସ୍ଥାନ ଅଧିଗ୍ରହଣ କରିଆସୁଛି। ଏଠାରେ ଅଧ୍ୟୟନ କରିବା ପାଇଁ କେନ୍ଦୁଝର ଜିଲାରୁ ଯେଉଁ ୫ ଛାତ୍ରୀଛାତ୍ର ଚୟନ ହୋଇଛନ୍ତି ସେମାନେ ହେଲେ, ମିନର୍ଭା ସାହୁ, ଅଦ୍ୱିକ କୁମାର, ଆକିବ ଅହମ୍ମଦ, ଗିତିଶ ଶେଖର ନାୟକ ଓ ସରୋଜ ବିଶ୍ୱକର୍ମା। ଛାତ୍ରୀଛାତ୍ର ପ୍ରଫେସନାଲ ମାଇନିଂ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ ପାଇଁ ଅଷ୍ଟ୍ରେଲିଆ ଯିବେ। ଏଥିପାଇଁ ୱେଷ୍ଟ ଅଷ୍ଟ୍ରେଲିଆନ ସ୍କୁଲ ଅଫ୍‌ ମାଇନ୍ସ ସହ କେନ୍ଦୁଝର ଜିଲା ପ୍ରଶାସନର ବୁଝାମଣା ହୋଇଛି। ଏହି ବୁଝାମଣା ପଛରେ ଏକ ବଡ଼ ଏବଂ ମହତ ଉଦ୍ଦେଶ୍ୟ ରହିଛି। କେନ୍ଦୁଝର ଏକ ଜନଜାତି ବହୁଳ ଜିଲା ହେବା ସାଙ୍ଗକୁ ଏଠାରେ ଖଣିଜ ସମ୍ପଦ ଭରପୂର ରହିଛି। ଏଣୁ ଜିଲାର ଶୈକ୍ଷିକ ବାତାବରଣକୁ ଉତ୍କୃଷ୍ଟ କରିବା ଏବଂ ଏଠିକାର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଜିଲା ପ୍ରଶାସନକୁ ଏହା ଏକ ସୁଯୋଗ ପ୍ରଦାନ କରିଛି। ମାଇନିଂ ଇଞ୍ଜିନିୟରିଂ କ୍ଷେତ୍ରରେ ସେମାନଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ କରାଯାଇ ଭବିଷ୍ୟତରେ ନିଜ ଅଞ୍ଚଳର ବିକାଶରେ ନିୟୋଜନ କରାଯିବା ହେଉଛି ଜିଲା ପ୍ରଶାସନର ମୂଳ ଉଦ୍ଦେଶ୍ୟ ବୋଲି ଜିଲାପାଳ ଆଶିଷ ଠାକ୍‌ରେ କହିଛନ୍ତି।
ଚୟନ ହୋଇଥିବା ୫ ଛାତ୍ରୀଛାତ୍ର ସୋମବାର ନବୀନନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି ନୂଆ ଯାତ୍ରା ପାଇଁ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଥିସହ କଠିନ ପରିଶ୍ରମ କରି ନିଜର କ୍ୟାରିୟର ଲକ୍ଷ୍ୟ ହାସଲ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ୍‌ ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ କେନ୍ଦୁଝର ଜିଲାପାଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri