୮ ଶ୍ରେଣୀକୁ ୫ ଶିକ୍ଷକ

ବୋଲଗଡ଼,୧୩ା୮(ଦେବବ୍ରତ ହୋତା)ବିଦ୍ୟାଳୟର ଉନ୍ନତୀକରଣ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହିତ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନାସବୁ କେଉଁଠି ପହଞ୍ଚୁଛି ତ କେଉଁଠି ପହଞ୍ଚି ପାରୁନାହିଁ। ଫଳରେ ଅନେକ ସ୍ଥାନରେ ଶିକ୍ଷକ ଏବଂ ଶ୍ରେଣୀଗୃହର ଅଭାବ ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ବୋଲଗଡ଼ ଶିକ୍ଷା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ବ୍ଲକ ଅଧୀନ ଆରିକମା ପଞ୍ଚାୟତ ଶଙ୍କରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୮ ଶ୍ରେଣୀକୁ ୫ ଶିକ୍ଷକ ରହିଥିବା ବେଳେ ୬ଟି ଶ୍ରେଣୀଗୃହ ରହିଛି। ଏଥିରେ ଶିକ୍ଷାଦାନ ବାଧାପ୍ରାପ୍ତ ହେବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ବିଭାଗୀୟ ଅଧିକାରୀ ଦୃଷ୍ଟିଦେବା ସହିତ ଶିକ୍ଷକ ଅଭାବ ଦୂର କରିବା ଓ ନୂତନ ଶ୍ରେଣୀଗୃହ ନିର୍ମାଣ ନିମନ୍ତେ ଦାବି ହୋଇଛି।
୍ଯ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏଠାରେ ୨୧୦ ବିଦ୍ୟାର୍ଥୀ ଅଧ୍ୟୟନ କରୁଥିବା ବେଳେ ୫ ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ପ୍ରତି ଶ୍ରେଣୀ ପାଇଁ ଗୋଟିଏ ଲେଖାଏ ଓ ପ୍ରଧାନ ଶିକ୍ଷକ କାର୍ଯ୍ୟାଳୟକୁ ମିଶାଇ ୯ଟି କକ୍ଷର ଆବଶ୍ୟକ ଥିବା ସ୍ଥଳେ ୬ଟି ଶ୍ରେଣୀଗୃହ ରହିଛି। ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଗୋଟିଏ କକ୍ଷ, ୪ର୍ଥ ଓ ୫ମ ଶ୍ରେଣୀ ବିଦ୍ୟାର୍ଥୀ ଗୋଟିଏ କକ୍ଷରେ ପାଠ ପଢୁଛନ୍ତି। ଚେୟାର ଟେବୁଲ ଅଭାବରୁ ପିଲାମାନେ ତଳେ ବସି ପଢୁଛନ୍ତି। ଏପରିକି ଏହି ବିଦ୍ୟାଳୟଟି ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ଦୁଇପାର୍ଶ୍ୱରେ ଥିବାରୁ ବିଦ୍ୟାର୍ଥୀ ଓ ଶିକ୍ଷକମାନଙ୍କ ପାଇଁ ଚଳପ୍ରଚଳ ନେଇ ବିପଦ ସାଜିଛି। ନୃତନ ଶ୍ରେଣୀଗୃହ ଓ ଆବଶ୍ୟକ ଶିକ୍ଷକ ପଦବୀ ପୂରଣ ପାଇଁ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷ ଓ ସ୍ଥାନୀୟ ଜନପ୍ରତିନିଧିଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ ବୋଲି କହିଛନ୍ତି ସଭାପତି ସତ୍ୟ ନାରାୟଣ ମହାପାତ୍ର। ଏପରିସ୍ଥଳେ ସ୍ବଚ୍ଛ ଶିକ୍ଷାଦାନ ପାଇଁ ଆବଶ୍ୟକ ୩ ଶିକ୍ଷକ ଓ ୩ଟି ଶ୍ରେଣୀଗୃହ ପାଇଁ ଅନୁଦାନ ଯୋଗାଇଦେବାକୁ ଅଭିଭାବକମାନେ ଦାବି କରିଛନ୍ତି। ଅନ୍ୟପକ୍ଷରେ ଏ ସମ୍ପର୍କରେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ପଦ୍ମଚରଣ ବେହେରା କହିଛନ୍ତି, ଖୁବ୍‌ଶୀଘ୍ର ଗୋଟିଏ ପଦବୀ ପୂରଣ କରାଯିବ। ଶିକ୍ଷକଙ୍କ ଅବସର ପରେ ପଦବୀ ପୂରଣ ହେଉ ନ ଥିବାରୁ ଶିକ୍ଷକଙ୍କ ଅଭାବ ଦେଖାଦେଇଛି। ନୂତନ ଶ୍ରେଣୀଗୃହ ପାଇଁ ପଞ୍ଚାୟତ ଦାୟିତ୍ୱ ନେଇଛି ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri