ବିଦ୍ୟାଳୟରେ ୫ ଶିକ୍ଷକ ପଦବୀ ଖାଲି

ସାଲେପୁର,୧୦।୨(ଡି.ଏନ୍‌.ଏ.): ସରକାର ଶିକ୍ଷା ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ବିଦ୍ୟାଳୟଗୁଡ଼ିକୁ ଅନେକ ଉପକରଣ ଯୋଗାଇ ଦେଉଥିବା ନେଇ ଡିଣ୍ଡିମ ପିଟୁଛନ୍ତି। ମାତ୍ର ଶିକ୍ଷକ ପଦବୀ ପୂରଣ ଉପରେ ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହେଉଛି। ଶିକ୍ଷକ ଅଭାବ ଥିବାରୁ ଅନେକ ସ୍ଥାନରେ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ଏହାର ଉଦାହରଣ ସାଲେପୁର ବ୍ଲକ ଅନ୍ତର୍ଗତ ବଣହରା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ରହିଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାଘାତ ହୋଇଛି। ବିଦ୍ୟାଳୟରେ ଖାଲିପଡିଥିବା ଶିକ୍ଷୟିତ୍ରୀ ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପିକୋଳ ପଞ୍ଚାୟତ ସମିତିସଭ୍ୟା ସୁଲୋଚନା ସାହୁ ଦାବି କରିଛନ୍ତି।
ପ୍ରକାଶ ଯେ, ସାଲେପୁର ଶିକ୍ଷାମଣ୍ଡଳ ଅଧୀନରେ ଥିବା ଏହି ସରକାରୀ ଉଚ୍ଚ ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ଏକ ପ୍ରମୁଖ ବିଦ୍ୟାଳୟ। ଏଠାରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୦୧ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟରେ ୭ଜଣ ଶିକ୍ଷୟିତ୍ରୀ ଶିକ୍ଷକ ପଦବୀ ଥିବାବେଳେ ୫ ପଦବୀ ଖାଲି ରହିଛି। କେବଳ ଦୁଇଜଣ ଶିକ୍ଷକଙ୍କ ଦ୍ୱାରା ପିଲାଙ୍କୁ ପପାଠପଢ଼ା ଯାଉଛି। ନିକଟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅବସର ନେବାପରେ ଜଣେ ସହକାରୀ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିଛନ୍ତି। ଆଗକୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ବେଳେ ପାଠପଢ଼ା ଶେଷ ହୋଇ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଚିନ୍ତା ବଢ଼ିଯାଇଛି। ଏନେଇ ଅଭିଭାବକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତୁରନ୍ତ ଏହି ବିଦ୍ୟାଳୟରେ ଖାଲିଥିବା ଶିକ୍ଷୟିତ୍ରୀ ଶିକ୍ଷକ ପଦବୀ ପୂରଣ କରିବା ପାଇଁ ସମିତିସଭ୍ୟା ସୁଲୋଚନା ସାହୁ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷାମନ୍ତ୍ରୀ ଓ ୫-ଟି ସଚିବଙ୍କୁ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ମୃତକଙ୍କ…

ବକ୍ରୀରୁ ମାର୍ଗୀ ହେବେ ଶନି: ଏହି ୪ ରାଶିଙ୍କୁ ଛପରଫାଡ଼ି ଧନ ଦେବେ ଶନି! ଚାକିରିରେ ପ୍ରମୋଶନ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଦେବ ବର୍ତ୍ତମାନ ବକ୍ରୀ ଅବସ୍ଥାରେ ଗତି କରୁଛନ୍ତି। ୨୭ ଜୁଲାଇ ୨୦୨୬ରୁ ଶନି ବକ୍ରୀ ଚଳନରେ ଥିବା ବେଳେ ୧୧ ଡିସେମ୍ବରରେ…

ପାକିସ୍ତାନ କ୍ରିକେଟରେ ଝଡ଼: ଇଂଲଣ୍ଡରେ ଲଜ୍ଜାଜନକ ପରାଜୟ ପରେ ଏହି ଖେଳାଳି ଛାଡ଼ିଲେ…

ନୂଆଦିଲ୍ଲୀ,୧।୯: ପାକିସ୍ତାନ କ୍ରିକେଟରେ ସମସ୍ୟା କମିବାର ନାଁ ନେଉନାହିଁ। ଇଂଲଣ୍ଡ ବିପକ୍ଷ ସିରିଜ ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦିଗ୍ଗଜ କ୍ରିକେଟର୍‌ ମିସବାହ-ଉଲ-ହକ…

ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ…

ୟୁଟର୍ନ ନେଲା CJP: ସୁପ୍ରିମକୋର୍ଟରେ କହିଲା ଏହି କଥା, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧।୯: କକରୋଚ ଜନତା ପାର୍ଟି (CJP) ସେପ୍ଟେମ୍ବର ୫ରେ ଦିଲ୍ଲୀରେ ହେବାକୁ ଥିବା ମାର୍ଚ୍ଚକୁ ପ୍ରତ୍ୟାହାର କରିନେଇଛି। ମଙ୍ଗଳବାର (୧ ସେପ୍ଟେମ୍ବର) ସୁପ୍ରିମକୋର୍ଟରେ ଶୁଣାଣି ସମୟରେ CJPର…

ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….

ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି…

ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri