ବିଦ୍ୟାଳୟରେ ୫ ଶିକ୍ଷକ ପଦବୀ ଖାଲି

ସାଲେପୁର,୧୦।୨(ଡି.ଏନ୍‌.ଏ.): ସରକାର ଶିକ୍ଷା ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ବିଦ୍ୟାଳୟଗୁଡ଼ିକୁ ଅନେକ ଉପକରଣ ଯୋଗାଇ ଦେଉଥିବା ନେଇ ଡିଣ୍ଡିମ ପିଟୁଛନ୍ତି। ମାତ୍ର ଶିକ୍ଷକ ପଦବୀ ପୂରଣ ଉପରେ ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହେଉଛି। ଶିକ୍ଷକ ଅଭାବ ଥିବାରୁ ଅନେକ ସ୍ଥାନରେ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ଏହାର ଉଦାହରଣ ସାଲେପୁର ବ୍ଲକ ଅନ୍ତର୍ଗତ ବଣହରା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ରହିଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାଘାତ ହୋଇଛି। ବିଦ୍ୟାଳୟରେ ଖାଲିପଡିଥିବା ଶିକ୍ଷୟିତ୍ରୀ ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପିକୋଳ ପଞ୍ଚାୟତ ସମିତିସଭ୍ୟା ସୁଲୋଚନା ସାହୁ ଦାବି କରିଛନ୍ତି।
ପ୍ରକାଶ ଯେ, ସାଲେପୁର ଶିକ୍ଷାମଣ୍ଡଳ ଅଧୀନରେ ଥିବା ଏହି ସରକାରୀ ଉଚ୍ଚ ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ଏକ ପ୍ରମୁଖ ବିଦ୍ୟାଳୟ। ଏଠାରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୦୧ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟରେ ୭ଜଣ ଶିକ୍ଷୟିତ୍ରୀ ଶିକ୍ଷକ ପଦବୀ ଥିବାବେଳେ ୫ ପଦବୀ ଖାଲି ରହିଛି। କେବଳ ଦୁଇଜଣ ଶିକ୍ଷକଙ୍କ ଦ୍ୱାରା ପିଲାଙ୍କୁ ପପାଠପଢ଼ା ଯାଉଛି। ନିକଟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅବସର ନେବାପରେ ଜଣେ ସହକାରୀ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିଛନ୍ତି। ଆଗକୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ବେଳେ ପାଠପଢ଼ା ଶେଷ ହୋଇ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଚିନ୍ତା ବଢ଼ିଯାଇଛି। ଏନେଇ ଅଭିଭାବକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତୁରନ୍ତ ଏହି ବିଦ୍ୟାଳୟରେ ଖାଲିଥିବା ଶିକ୍ଷୟିତ୍ରୀ ଶିକ୍ଷକ ପଦବୀ ପୂରଣ କରିବା ପାଇଁ ସମିତିସଭ୍ୟା ସୁଲୋଚନା ସାହୁ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷାମନ୍ତ୍ରୀ ଓ ୫-ଟି ସଚିବଙ୍କୁ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?