୨୨୨ ଛାତ୍ରୀଛାତ୍ରଙ୍କୁ ୫ ଶିକ୍ଷକ

ବଇଣ୍ଡା,୩।୯(ପରିକ୍ଷିତ ସାହୁ)ଶିକ୍ଷାର ବିକାଶ ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅନେକ ପୁରୁଣା ବିଦ୍ୟାଳୟରେ ବହୁ ସମସ୍ୟା ଲାଗି ରହିଥିବା ବେଳେ ଏହାର ସମାଧାନ କରାଯାଉନାହିଁ। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଶ୍ରେଣୀ ଗୃହ ଅଭାବ ଯୋଗୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି। ଆଠମଲ୍ଲିକ ବ୍ଲକ ଟାପଢ଼ୋଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟରେ ଆଜକୁ ଦୁଇବର୍ଷ ହେବ ୩ ଶିକ୍ଷକ ପଦବୀ ଖାଲି ପଡିଥିବାବେଳେ ପୂରଣ କରାଯାଉନାହିଁ। ଏ ନେଇ ଗୁରୁବାର ଅଞ୍ଚଳବାସୀ ଓ ଶିକ୍ଷା କମିଟି ପକ୍ଷରୁ ଅନୁଗୋଳ ଜିଲାପାଳଙ୍କୁ ଏକ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଯାଇଛି।
ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି, ୧୯୯୮ମସିହାରେ ଗ୍ରାମବାସୀଙ୍କ ସହାୟତାରେ ଏହି ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ୨୨୨ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ହେଲେ ଉକ୍ତ ବିଦ୍ୟାଳୟରେ ଦୀର୍ଘଦିନ ହେବ ଶିକ୍ଷକ ସମସ୍ୟା ଲାଗି ରହିଛି। ଛାତ୍ରୀଛାତ୍ରଙ୍କୁ ପାଠ ପଢାଇବା ପାଇଁ ୮ ଜଣ ଶିକ୍ଷକ ଆବଶ୍ୟକ ଥିବାବେଳେ ବର୍ତ୍ତମାନ ୫ ଜଣ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ପ୍ରଧାନ ଶିକ୍ଷକ ସମେତ ୨ ଜଣ କଳା ଶିକ୍ଷକ ପଦବୀ ଖାଲି ପଡିଛି। ଆବଶ୍ୟକୀୟ ଶିକ୍ଷକ ନ ଥିବାରୁ ଛାତ୍ରୀଛାତ୍ର ମାନେ ପାଠ ପଢିଯିବାକୁ ଅମଙ୍ଗ ହେଉଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ତୁରନ୍ତ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନୀଲ ବେହେରା, ପ୍ରଶାନ୍ତ ସାହୁ, ମିନତୀ ଦେହୁରୀ, ସୁକାନ୍ତି ସେଠୀ, ଲକ୍ଷ୍ମଣ ବେହେରା ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ମହାଳିକ କହିଛନ୍ତି, ଶିକ୍ଷକ ସମସ୍ୟା ସମ୍ପର୍କରେ ବିଦ୍ୟାଳୟ ପକ୍ଷରୁ ଆଠମଲ୍ଲିକ ବିଇଓଙ୍କୁ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ ଆଠମଲ୍ଲିକ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଶୁଣ୍ଢୀ କହିଛନ୍ତି, ଶିକ୍ଷକ ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନିଆଯିବ। ଉକ୍ତ ବିଦ୍ୟାଳୟରେ ଖାଲି ପଡିଥିବା ସମସ୍ତ ଶିକ୍ଷକ ପଦବୀ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri