୫ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭର୍ଚୁଆଲରେ ରାଜ୍ୟର ୫ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି। ଏଥିସହ ୪ ମେଡିକାଲ କଲେଜର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଉଦ୍‌ଘାଟିତ ଟିଚିଂ ହସ୍ପିଟାଲଗୁଡ଼ିକ ହେଲା ବଲାଙ୍ଗୀରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଆଣ୍ଡ ହସ୍ପିଟାଲ, ସୁନ୍ଦରଗଡ଼ରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀରମୋହନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ। ଏଥିସହ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନ୍‌ସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ, ରାଉରକେଲା ସରକାରୀ ହସ୍ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଆଜି ଦିନଟି ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲ୍‌ଷ୍ଟୋନ ହୋଇ ରହିବ। ଗୋଟିଏ ଦିନରେ ୫ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ୨,୯୫୦ ଶଯ୍ୟା ଯୋଡ଼ିହେଲା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ବଲାଙ୍ଗୀରରୁ ବାରିପଦା, ସୁନ୍ଦରଗଡ଼ରୁ କେନ୍ଦୁଝର ଓ ବାଲେଶ୍ୱର ସବୁ ଅଞ୍ଚଳର ଜନସାଧାରଣ ଉପକୃତ ହେବେ। ଦିନ ଥିଲା ଓଡ଼ିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢ଼ି ଉଠିଛି। ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି। ଆଗରୁ ବର୍ଷକୁ ମାତ୍ର ୩୨୧ଜଣ ଏମ୍‌ବିବିଏସ୍‌ ଡାକ୍ତର ଓ ୨୫୪ ଜଣ ସ୍ପେଶାଲିଷ୍ଟ ବାହାରୁଥିଲେ। ଏବେ ୨,୫୨୫ ଏମ୍‌ବିବିଏସ୍‌ ଡାକ୍ତର ଓ ୯୭୨ ସ୍ପେଶାଲିଷ୍ଟ ବାହାରୁଛନ୍ତି। ୪ ସ୍ବାସ୍ଥ୍ୟାନୁଷ୍ଠାନକୁ ବିଶ୍ୱସ୍ତରୀୟ ହସ୍ପିଟାଲରେ ରୂପାନ୍ତର କରିବା ପାଇଁ ଭିତ୍ତି ଦିଆଗଲା। ଏଥିପାଇଁ ୩,୪୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁର୍ଲା କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ, ଲୋକଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରୁଛନ୍ତି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନାକରି ଏସବୁ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶରେ ସହଯୋଗ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।

ସେ କହିଲେ, ଗ୍ରାମାଞ୍ଚଳର ସବୁ ପରିବାରକୁ ଅନ୍ତର୍ଭୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ସମ୍ବଲପୁରଠାରୁ ଶୁଭାରମ୍ଭ କରିବେ। ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତକରି ପାଣ୍ଡିଆନ କହିଲେ, ତାଙ୍କ ଜିଲା ଗସ୍ତ ସମୟରେ ସେମାନେ ଯେଉଁ ପ୍ରସ୍ତାବ ଓ ଅଭିଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ତାହା ଗ୍ରହଣ କରିଛନ୍ତି। ଖୁବ୍‌ଶୀଘ୍ର ତାହା କାର୍ଯ୍ୟକାରୀ ହେବ ବୋଲି ସେ କହିଥିଲେ। ସେହିପରି ବଲାଙ୍ଗୀର କାର୍ଯ୍ୟକ୍ରମରେ ଜଳ ସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ, ସୁନ୍ଦରଗଡ଼ରେ ଆମ ଓଡ଼ିଶା ନବୀନ ଓଡ଼ିଶାର ସଂଯୋଜକ ଯୋଗେଶ ସିଂ, କଟକରେ ବିଧାୟକ ସୌଭିକ ବିଶ୍ୱାଳ ଓ ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri