୫ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭର୍ଚୁଆଲରେ ରାଜ୍ୟର ୫ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି। ଏଥିସହ ୪ ମେଡିକାଲ କଲେଜର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଉଦ୍‌ଘାଟିତ ଟିଚିଂ ହସ୍ପିଟାଲଗୁଡ଼ିକ ହେଲା ବଲାଙ୍ଗୀରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଆଣ୍ଡ ହସ୍ପିଟାଲ, ସୁନ୍ଦରଗଡ଼ରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀରମୋହନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ। ଏଥିସହ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନ୍‌ସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ, ରାଉରକେଲା ସରକାରୀ ହସ୍ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଆଜି ଦିନଟି ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲ୍‌ଷ୍ଟୋନ ହୋଇ ରହିବ। ଗୋଟିଏ ଦିନରେ ୫ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ୨,୯୫୦ ଶଯ୍ୟା ଯୋଡ଼ିହେଲା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ବଲାଙ୍ଗୀରରୁ ବାରିପଦା, ସୁନ୍ଦରଗଡ଼ରୁ କେନ୍ଦୁଝର ଓ ବାଲେଶ୍ୱର ସବୁ ଅଞ୍ଚଳର ଜନସାଧାରଣ ଉପକୃତ ହେବେ। ଦିନ ଥିଲା ଓଡ଼ିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢ଼ି ଉଠିଛି। ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି। ଆଗରୁ ବର୍ଷକୁ ମାତ୍ର ୩୨୧ଜଣ ଏମ୍‌ବିବିଏସ୍‌ ଡାକ୍ତର ଓ ୨୫୪ ଜଣ ସ୍ପେଶାଲିଷ୍ଟ ବାହାରୁଥିଲେ। ଏବେ ୨,୫୨୫ ଏମ୍‌ବିବିଏସ୍‌ ଡାକ୍ତର ଓ ୯୭୨ ସ୍ପେଶାଲିଷ୍ଟ ବାହାରୁଛନ୍ତି। ୪ ସ୍ବାସ୍ଥ୍ୟାନୁଷ୍ଠାନକୁ ବିଶ୍ୱସ୍ତରୀୟ ହସ୍ପିଟାଲରେ ରୂପାନ୍ତର କରିବା ପାଇଁ ଭିତ୍ତି ଦିଆଗଲା। ଏଥିପାଇଁ ୩,୪୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁର୍ଲା କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ, ଲୋକଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରୁଛନ୍ତି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନାକରି ଏସବୁ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶରେ ସହଯୋଗ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।

ସେ କହିଲେ, ଗ୍ରାମାଞ୍ଚଳର ସବୁ ପରିବାରକୁ ଅନ୍ତର୍ଭୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ସମ୍ବଲପୁରଠାରୁ ଶୁଭାରମ୍ଭ କରିବେ। ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତକରି ପାଣ୍ଡିଆନ କହିଲେ, ତାଙ୍କ ଜିଲା ଗସ୍ତ ସମୟରେ ସେମାନେ ଯେଉଁ ପ୍ରସ୍ତାବ ଓ ଅଭିଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ତାହା ଗ୍ରହଣ କରିଛନ୍ତି। ଖୁବ୍‌ଶୀଘ୍ର ତାହା କାର୍ଯ୍ୟକାରୀ ହେବ ବୋଲି ସେ କହିଥିଲେ। ସେହିପରି ବଲାଙ୍ଗୀର କାର୍ଯ୍ୟକ୍ରମରେ ଜଳ ସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ, ସୁନ୍ଦରଗଡ଼ରେ ଆମ ଓଡ଼ିଶା ନବୀନ ଓଡ଼ିଶାର ସଂଯୋଜକ ଯୋଗେଶ ସିଂ, କଟକରେ ବିଧାୟକ ସୌଭିକ ବିଶ୍ୱାଳ ଓ ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri