୫ ବର୍ଷରେ ଖର୍ଚ୍ଚ ହେବ ୫ ହଜାର କୋଟି

ଭୁବନେଶ୍ୱର,୨୩ା୧(ଅନିଲ ଦାସ): ଗ୍ରାମାଞ୍ଚଳରେ ମୌଳିକ ଭିତ୍ତିଭୂମିର ବିକାଶ ନିମନ୍ତେ ବିକଶିତ ଗଁା, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ଗ୍ରାମାଞ୍ଚଳରେ ବିଭିନ୍ନ ସ୍ଥାୟୀ ଉନ୍ନୟନମୂଳକ ପ୍ରକଳ୍ପ ଯଥା ଅପହଞ୍ଚ ଗଁାକୁ ରାସ୍ତା ଦ୍ୱାରା ସଂଯୋଗୀକରଣ, ସର୍ବସାଧାରଣଙ୍କ ସୁବିଧା ପାଇଁ ସମ୍ପଦ ସୃଷ୍ଟି କରିବା, ଶିକ୍ଷା ଏବଂ କ୍ରୀଡ଼ା ଭିତ୍ତିଭୂମିର ଉନ୍ନତୀକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ପାଇଁ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବାର ଏହି ଯୋଜନା ପାଇଁ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।
ଆବଶ୍ୟକତା ଭିତ୍ତିରେ ୫ ବର୍ଷ ପାଇଁ ସମ୍ଭାବ୍ୟ ପ୍ରକଳ୍ପ ତାଲିକା ଏବଂ ପ୍ରତ୍ୟେକ ଆର୍ଥିକ ବର୍ଷ ପାଇଁ ବାର୍ଷିକ କାର୍ଯ୍ୟ ଯୋଜନା ଗ୍ରାମ ସଭା ଦ୍ୱାରା ପ୍ରସ୍ତୁତ ହେବ। ଗ୍ରାମ ପଞ୍ଚାୟତ ଦ୍ୱାରା ବ୍ଲକକୁ ସୁପାରିସ କରାଯିବ। ପ୍ରକଳ୍ପର ତାଲିକା ସମ୍ପୃକ୍ତ ଜିଲାର ଜିଲାପାଳଙ୍କ ଦ୍ୱାରା ଅନୁମୋଦିତ ହେବ। ଏହି ଯୋଜନାରେ ଗ୍ରାମ ଭିତରେ ଥିବା ସଡ଼କ ଏବଂ ଗ୍ରାମଗୁଡ଼ିକୁ ସଂଯୋଗ କରୁଥିବା ରାସ୍ତାର ବିକାଶ କରାଯିବ। ଏହି ଯୋଜନାରେ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ଉନ୍ନୟନମୂଳକ ଗୋଷ୍ଠୀଭିତ୍ତିକ ସମ୍ପଦ ସୃଷ୍ଟି ପାଇଁ ପ୍ରକଳ୍ପମାନ ନିର୍ମାଣ କରାଯିବ। ବିକଶିତ ଗଁା, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟରେ ଅନୁମୋଦନ କରାଯାଇଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଁାର ବିକାଶ ହେଲେ ଦେଶର ବିକାଶ ହୋଇପାରିବ। ଏଥିପାଇଁ ନୂଆ ସରକାରଙ୍କ ପ୍ରଥମ ବଜେଟରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୧ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା। ଏହି ଯୋଜନା ୫ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ ଏବଂ ଏହାର ଅବଧି ସରକାର ପରବର୍ତ୍ତୀ ସମୟରେ ବୃଦ୍ଧି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri