୫ ଟନ୍‌ ମାଓବାଦୀ ବିସ୍ଫୋରକ ଲୁଟ୍‌ ଘଟଣା: ରାଉରକେଲାରେ NIAଟିମ୍‌-DG

ରାଉରକେଲା,୨୯ା୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା କାର୍ଯ୍ୟାଳୟରେ ପୋଲିସ ଡିଜି, ଆଇଜି, ପଶ୍ଚିମାଞ୍ଚଳ ଡିଆଇଜି, ସୁନ୍ଦରଗଡ଼ ଏସ୍‌ପି ଏବଂ ପୋଲିସ ଜିଲାର ଅଧିକାରୀମାନଙ୍କୁ ନେଇ ଚାଲିଥିବା ବୈଠକ ଶେଷ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଲୁଟ୍‌ ହୋଇଥିବା ମାଓବାଦୀ ବିସ୍ଫୋରକ ଦ୍ରବ୍ୟ ଉଦ୍ଧାର ହୋଇ ପାରି ନ ଥିବା ବେଳେ କେବଳ ବିସ୍ଫୋରକ ନେଇ ଯାଉଥିବା ଭ୍ୟାନ ଉଦ୍ଧାର କରିଛି ପୋଲିସ। ମାଓବାଦୀଙ୍କ କାର୍ଯ୍ୟକଳାପ ପୁନର୍ବାର ଏହି ଅଞ୍ଚଳରେ ବୃଦ୍ଧି ପାଇଥିବା ଯୋଗୁ ମାଓବାଦୀଙ୍କୁ କିଭଳି ଦମନ କରାଯିବ ସେ ସମ୍ପର୍କରେ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସୂଚନା। ଅନ୍ୟପକ୍ଷରେ ଏନଆଇଏର ଡିଆଇଜି, ଏସପି, ଅତିରିକ୍ତ ଏସପି ରାଉରକେଲାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ପୋଲିସ ଥାନା ଅଞ୍ଚଳରୁ ଗତ ମଙ୍ଗଳବାର ଲୁଟ୍‌ ହୋଇଥିଲା ପ୍ରାୟ ୫ ଟନ୍‌ ବିସ୍ପୋରକ ସାମଗ୍ରୀ। ତେବେ ଆଜି ଘଟଣାସ୍ଥଳକୁ ଆସିଛନ୍ତି ଓଡ଼ିଶା ପୋଲିସ ଡିଜି ଓ୍ବା.ବି ଖୁରାନିଆ। ଲୁଟ୍‌ ବିସ୍ଫୋରକ ଠାବ କରିବା ପାଇଁ ଆଜି ପୁଣି ଥରେ ଓଡ଼ିଶା ପୋଲିସ ଏବଂ ଡିଭିଏଫ୍‌ ସିଆରପିଏଫ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି। ଜୋରଦାର ଭାବରେ ବର୍ତ୍ତମାନ ଚାଲିଛି ଅପରେଶନ। ମଙ୍ଗଳବାର ଏକ ସୁନ୍ଦରଗଡ଼ ଜିଲାର ବାଙ୍କୋ ପଥର ଖଣିକୁ ବିସ୍ପୋରକ ସାମଗ୍ରୀ ପରିବହନ କରୁଥିବା ଏକ ଗାଡ଼ିରୁ ସ୍ପଷ୍ଟ ଦିବାଲୋକରେ ବନ୍ଧୁକ ମୁନରେ ୨୫ କେଜି ଓଜନର ୨୦୦ ପ୍ୟାକେଟ୍‌ ବିସ୍ଫୋରକ ନେଇ ଯାଉଥିବା ଭ୍ୟାନ୍‌କୁ ଲୁଟି ନେଇଥିବା ଅଭିଯୋଗ ହୋଇଛି। କେ.ବଲାଙ୍ଗ ପୋଲିସ ସୀମା ଅନ୍ତର୍ଗତ ବାଙ୍କୋ/ଲଙ୍ଗଳକଟା ଅଞ୍ଚଳରେ ଏହି ଘଟଣା ଘଟିଛି। ବିସ୍ଫୋରକ ଲୁଟ୍‌ ଗାଡିର ଡ୍ରାଇଭରକୁ ମାଓବାଦୀ ଛାଡ଼ି ଦେଇଥିବାବେଳେ ତାଙ୍କୁ ପଚରାଉଚରା କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?