ଘରକୁ ଫେରୁଛନ୍ତି ନିର୍ଯାତନା ଶିକାର ହେଉଥିବା ୫ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା,୩ା୩ (ମକାରୁ ବେମାଲ): ହାଇଦ୍ରାବାଦ ଯାଇ ନିର୍ଯାତନା ଶିକାର ହେଉଥିବା ନୂଆପଡ଼ା ଜିଲାର ୫ ଦାଦନ ଶ୍ରମିକ ଜିଲା ଶ୍ରମ କାର୍ଯ୍ୟାଳୟ ହସ୍ତକ୍ଷେପରେ ଉଦ୍ଧାର ହୋଇ ଘରକୁ ଫେରୁଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ ଖଡିଆଳ ଥାନା ଲାଞ୍ଜି ପଞ୍ଚାୟତ ମନ୍ତ୍ରୀତରାଇ ଗାଁର ଭୋପେନ୍ଦ୍ର ମାଝି (୩୨), ସ୍ତ୍ରୀ ଭଜନ୍ତି ମାଝି (୨୮), ଭାଇ ଉଗ୍ରେସନ ମାଝି (୨୫)ଙ୍କ ସହ ୨ବର୍ଷର ଏକ ଶିଶୁପୁତ୍ର ଏବଂ କୋମନା ଥାନା କୁରେଶ୍ୱର ଗାଁର ବଂଶୀ ହଂସ (୩୬), ତାଙ୍କ ସ୍ତ୍ରୀ ଦୂର ହଂସ (୨୫) ୧୦ ବର୍ଷର ପୁତ୍ରକୁ ଧରି ୨୦୨୪ ସେପ୍ଟେମ୍ବରରେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ। ଦାଦନ ସର୍ଦ୍ଦାରଙ୍କ ମଧ୍ୟମରେ ସେମାନେ ସେଠାକାର କର୍ଣ୍ଣୋଲ ଜିଲା ଏମ୍‌ ରୋଡ ଏସ୍‌ବିଆଇ ଇଟା ଭାଟିରେ କିଛି ମାସ କାମ କରିଥିଲେ। ପରେ ଇଟାଭାଟି ମାଲିକ ଦିନ ରାତି ଖଟାଇବା ସହ ନିର୍ଯାତନା ଦେଇଥିଲେ। ମୁହଁ ଖୋଲିଲେ ମାଡ଼ ମରାଯାଉଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି। ଖାଇବା ଖର୍ଚ୍ଚ ମଧ୍ୟ ଠିକ୍‌ ରୂପେ ଦେଉ ନ ଥିବାରୁ ସେମାନେ ପେଟ ପୁରା ଖାଇପାରୁ ନ ଥିଲେ। ଏ ନେଇ ସେମାନଙ୍କ ପରିବାର ପକ୍ଷରୁ ଜିଲା ଅତିରକ୍ତ ଶ୍ରମ ଅଧିକାରୀ ମନୋରଞ୍ଜନ ନାଏକଙ୍କୁ ଲିଖିତ ଅଭିଯୋଗ କରିଥିଲେ। ନାଏକଙ୍କ ହସ୍ତକ୍ଷେପରେ ଶ୍ରମିକମାନେ ଉଦ୍ଧାର ହୋଇ ବସ୍‌ ଯୋଗେ ନୂଆପଡ଼ା ଆସୁଛନ୍ତି। ମଙ୍ଗଳବାର ଅପରାହ୍ନରେ ସେମାନେ ଘରେ ପହଞ୍ଚତ୍ବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri