୫-ଟି ରୂପାନ୍ତରିତ ବିଦ୍ୟାଳୟ କମ୍ପ୍ୟୁଟର ଲାବ୍‌ରେ ନିଆଁ

ଚମ୍ପୁଆ,୭ା୫(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ୫-ଟି ରୂପାନ୍ତରିତ କୋଦଗାଡ଼ିଆ ଉଚ୍ଚ ବିଦ୍ୟାଳୟର କମ୍ପ୍ୟୁଟର ଲାବ୍‌ରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ପ୍ରାୟ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି। ଶର୍ଟସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି। ନିମ୍ନମାନର ବିଦ୍ୟୁତ୍‌ କାର୍ଯ୍ୟ ପାଇଁ ଏଭଳି ଘଟିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।
ଅନୁସାରେ, ବିଦ୍ୟାଳୟର କମ୍ପ୍ୟୁଟର ଲାବ୍‌ରୁ ପ୍ରବଳ ଧୂଆଁ ବାହାରୁଥିବା ଦେଖି ଛାତ୍ରାବାସର ଜଣେ ଛାତ୍ର ଦୌଡ଼ି ଯାଇ ଉପସ୍ଥିତ ଶିକ୍ଷକଙ୍କୁ ଜଣାଇଥିଲେ। ଶିକ୍ଷକ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ। ବନ୍ଦ ଥିବା ଅବସ୍ଥାରେ ନିଆଁ ଲାଗିଥିବା ଯୋଗୁ ଲ୍ୟାବ୍‌ରେ ଥିବା କମ୍ପ୍ୟୁଟର, ଏଲ୍‌ସିଡି, ଟେବୁଲ ଚେୟାରଠାରୁ ଆରମ୍ଭ କରି ବହୁ ସାମଗ୍ରୀ ପୋଡ଼ିଯାଇଛି। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ଭିତର କାନ୍ଥକୁ ମଧ୍ୟ ଛାଡ଼ି ନ ଥିଲା। ଖବର ପାଇ ବିଡିଓ ଜ୍ୟୋସ୍ନା ନାଏକ, ତହସିଲଦାର ଡ. ସାଇ ସସ୍ମିତା ହୋତା, ବ୍ଲକ ଶିକ୍ଷାଧିକାରୀ ଗୋବର୍ଦ୍ଧନ ନାଏକ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପ୍ରକାଶ ଥାଉକି, ଦୁଇଦିନ ତଳେ କାଳବୈଶାଖୀରେ ୫-ଟି ରୂପାନ୍ତରିତ କାର୍ଯ୍ୟ ଚାଲିଥିବା ଅନ୍ୟ ଏକ ବିଦ୍ୟାଳୟର ଛପର ଉଡ଼ି ଯାଇଥିବା ବେଳେ କାନ୍ଥ ଦୋହଲି ଯାଇଥିଲା। ବାରମ୍ବାର ଏଭଳି ଅଘଟଣ ଘଟୁଥିବାରୁ କାର୍ଯ୍ୟର ମାନକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri