କାଦୁଅରେ ୫ ଖଣ୍ଡ ଗାଁ

ଦଶମନ୍ତପୁର, ୧୨ା୮ ( ଡି.ଏନ.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡା ସଦର ପଞ୍ଚାୟତ ଠାରୁ ଝୋପରାପଦର ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କାଦୁଅ ହୋଇ ଏକ ପ୍ରକାର ମରଣଯନ୍ତା ପାଲଟିଛି । ଝୋପରାପଦର ଗ୍ରାମ ଫୁଲବେଡ଼ା ଛକଠାରୁ ୭ କି.ମି. ଦୂର। ଏହି ରାସ୍ତାରେ ୫ ଖଣ୍ଡ ଗ୍ରାମ ବଦଳି ମାଳିଗୁଡ଼ା, ସଲପଗୁଡ଼ା, ତେନ୍ତୁଳିଗୁଡ଼ା ଏବଂ ମଧୁ ବିଶାଳି ଗ୍ରାମର ଲୋକମାନେ ନିର୍ଭର କରିଥାନ୍ତି। ଗ୍ରାମବାସୀଙ୍କ ପାଇଁ ପକ୍କାରାସ୍ତା ସାତସପନ ପାଲଟିଛି। ବର୍ଷାଦିନେ ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। କାଦୁଅ ରାସ୍ତାରେ ଜରୁରିକାଳୀନ ପରିସ୍ଥିତିରେ ଗ୍ରାମକୁ ୧୦୨ କିମ୍ବା ୧୦୮ ଆମ୍ବୁଲାନ୍ସ ଆସିପାରେ ନାହିଁ। ଦୈନନ୍ଦିନ ଯାତାୟାତ ପାଇଁ ଗାଁକୁ ଭଲ ରାସ୍ତାଟିଏ ନାହିଁ। ବର୍ଷା ଦିନ ଆସିଲେ ଗର୍ଭବତୀ ମହିଳା ଏବଂ ଗୁରୁତର ରୋଗୀଙ୍କୁ ଗ୍ରାମରୁ ୭ କି.ମି. ଦୂର ଭାରରେ ବୋହି ଫୁଲବେଡ଼ା ଛକ ଯାଏ ନେବାକୁ ହୁଏ ବୋଲି କହନ୍ତି ଗ୍ରାମର ନାରାୟଣ ମାଳି, ଉଲାସୀ ମାଳି, ପଦ୍ମା ମାଳି। ତେବେ ଫୁଲବେଡ଼ାଛକଠାରୁ ଝୋପରାପଦର ଗ୍ରାମ ଯାଏ ରାସ୍ତା ନିର୍ମାଣ ନେଇ ୧୬ ଲକ୍ଷ ଟଙ୍କା ବ୍ୟୟ ଅଟକଳ ପାଇଁ ଧାର୍ଯ୍ୟ କରାଯାଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ଗ୍ରାମକୁ ରାସ୍ତା ସଂଯୋଗ କରିବା ପରିବର୍ତ୍ତେ କେବଳ ସଲପଗୁଡ଼ା ଗାଁ ଯାଏ ମେଟାଲ ଓ ମୋରମ ପକାଇ ଛାଡି ଦିଆଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏହି ରାସ୍ତା ଠିକାଦାର ଓ କନିଷ୍ଠଯନ୍ତ୍ରୀଙ୍କ ଅବହେଳାରୁ ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡ଼ିରହିଛି। ଏନେଇ କୌଣସି ପ୍ରଶାସନିକ ଅଧିକାରୀ ଗୁରୁତ୍ୱ ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ରାସ୍ତା ନିର୍ମାଣ ପାଇଁ ପଞ୍ଚାୟତଠାରୁ ବ୍ଲକ ଏବଂ ଜିଲା ପ୍ରଶାସନକୁ ବାରମ୍ବାର ଲିଖିତ ଭାବେ ଜଣାଇଥିଲେ ହେଁ କୌଣସି ସୁଫଳ ମିଳୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ।
ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ଅଭିଷେକ ଷଡ଼ଙ୍ଗୀ ଏବଂ କନିଷ୍ଠ ଯନ୍ତ୍ରୀ ବକୁଲ ଚନ୍ଦ୍ର ମୁର୍ମୁଙ୍କୁ ପଚାରିବାକୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଉଭୟେ ଫୋନ ଉଠାଇ ନ ଥିଲେ। ଫଳରେ ଉଭୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ଖୁବ୍‌ ଶୀଘ୍ର ରାସ୍ତା କାର୍ଯ୍ୟ ଶେଷ ନ ହେଲେ ଆଗାମୀ ଦିନରେ ଜିଲାପାଳଙ୍କ ଦ୍ବାରସ୍ଥ ହେବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri