୫ବର୍ଷର ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ଘୋଷଣା

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ଘୋଷଣା କରାଯାଇଛି। ଏହାସହ ଏକାଡେମୀ ତରଫରୁ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀଙ୍କ ନାମ ମଧ୍ୟ ଘୋଷଣା ହୋଇଛି। ୨୦୧୬ରୁ ୨୦୨୦ ପର୍ଯ୍ୟନ୍ତ ୫ଜଣ ବିଶିଷ୍ଟ ଶିଳ୍ପୀ ଧର୍ମପଦ ପୁରସ୍କାର ପାଇବେ। ସେହିଭଳି ୨୫ଜଣଙ୍କୁ ‘ଶିଳ୍ପୀ ସମ୍ବର୍ଦ୍ଧନା’ ମିଳିବ।
୨୦୧୬ ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡା, ୨୦୧୭ ପାଇଁ ବିଶିଷ୍ଟ ସ୍ଥପତି ଶ୍ୟାମ ସୁନ୍ଦର ପଟ୍ଟନାୟକ, ୨୦୧୮ ପାଇଁ ଜଗଦ୍ଦୀଶ ଚନ୍ଦ୍ର କାନୁନ୍‌ଗୋ, ୨୦୧୯ ପାଇଁ ବିଶିଷ୍ଟ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଓ ୨୦୨୦ ପାଇଁ ବିଶିଷ୍ଟ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ର ଧର୍ମପଦ ପୁରସ୍କାର ପାଇବେ। ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଶୁକ୍ରବାର ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏନେଇ ଘୋଷଣା କରିଛନ୍ତି। ଧର୍ମପଦ ପୁରସ୍କାର ପାଇବାକୁ ଥିବା ଶିଳ୍ପୀଙ୍କୁ ୫ ଲକ୍ଷ ଟଙ୍କା ଓ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀକୁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ। ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଉତ୍ସବରେ ଏସବୁ ପୁରସ୍କାର ପ୍ରଦାନ କରାଯିବ।
ଅନ୍ୟପକ୍ଷରେ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀଙ୍କ ମଧ୍ୟରେ ୨୦୧୬ ପାଇଁ ଚନ୍ଦ୍ର କୁମାର ସାମନ୍ତରାୟ, ଶରତ ଚନ୍ଦ୍ର ମହାନ୍ତି, ବସନ୍ତ କୁମାରୀ ସାମନ୍ତ, ବାଞ୍ଛାନିଧି ପଟ୍ଟନାୟକ ଓ ଯୋଗେଶ ପ୍ରସାଦ ଦାନୀ, ୨୦୧୭ ପାଇଁ ରାଧାଶ୍ୟାମ ବିଶୋଇ, ଦେବେନ୍ଦ୍ର ଦାସ, ବନମାଳୀ ମହାପାତ୍ର, ଲଲାଟମୋହନ ପଟ୍ଟନାୟକ ଓ ଡ. ଅଲେଖ ଚରଣ ସାହୁ, ୨୦୧୮ ପାଇଁ ଶ୍ରୀଧର ମହାରଣା, ଗୋକୁଳାନନ୍ଦ ଦାସ, ଟୁନେନ୍ଦ୍ର ପଟ୍ଟନାୟକ, କଳ୍ପତରୁ ମହାରଣା ଓ ଅଶୋକ କୁମାର ମହାନ୍ତି, ୨୦୧୯ ପାଇଁ ଶ୍ରୀନିବାସ ପଢିହାରୀ, ଲକ୍ଷ୍ମୀଧର ରଣା, ବ୍ରଜକିଶୋର ଜେନା, ପ୍ରଶାନ୍ତ କୁମାର ଦାସ ଓ ଗୌରାଙ୍ଗ ବାରିକ ଏବଂ ୨୦୨୦ ପାଇଁ ରବିନାରାୟଣ ରଥ, ବିଜୟ କୁମାର ପରିଡା, ପ୍ରଭାକର ମହାରଣା, ଦୀନବନ୍ଧୁ ମହାପାତ୍ର ଓ ବୃନ୍ଦାବନ ମହାରଣା ରହିଛନ୍ତି।
ପୁରଷ୍କାର ଘୋଷଣା ସମୟରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଲଳିତ କଳା ଏକାଡେମୀର ସଭାପତି ସୁଦର୍ଶନ ପଟ୍ଟନାୟକ, ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ, ଏକାଡେମୀର କାର୍ଯ୍ୟକାରୀ କମିଟି ସଦସ୍ୟ ପଞ୍ଚାନନ ସାମଲ, ଶ୍ୟାମ ସୁନ୍ଦର ମେହେର ଏବଂ ଅକ୍ଷୟ କୁମାର ସାମଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri