ଟେଲିକମ୍‌ର ବିକାଶ ପାଇଁ ୫ବର୍ଷିଆ ଯୋଜନା

ନୂଆଦିଲ୍ଲୀ,୨୧।୨: ଦେଶକୁ ଆଧୁନିକ ଓ ବିକାଶଶୀଳ ରାଷ୍ଟ୍ରରେ ପରିଣତ କରିବା ପାଇଁ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ଫଳରେ ଦେଶର ଆବଶ୍ୟକତା ପୂରଣ ହୋଇପାରୁଥିବା ପରିମାଣର ଟେଲିକମ୍‌ ଉପକରଣ ପାଇଁ ଏଇ ନିକଟରେ ୧୨ ହଜାର କୋଟି ଟଙ୍କା ମୂଲ୍ୟର ଏକ ପାଞ୍ଚବର୍ଷିଆ ଯୋଜନା(ସ୍କିମ୍‌)ର ଆରମ୍ଭ କରାଯାଇଛି। ଏହାଦ୍ବାରା ଭାରତରେ ଟେଲିକମ୍‌ ଗିୟର ଉତ୍ପାଦନ ବଢିିବ ବୋଲି ଜଣାପଡିଛି। ସାରା ବିଶ୍ବରେ ୫ଜି ଟେଲିକମ୍‌ ବିପ୍ଳବ ଆରମ୍ଭ ହେବାକୁ ଯାଉଥିବା ବେଳେ ଭାରତ ଏକ ବଡ଼ ଉତ୍ପାଦନକାରୀ ରାଷ୍ଟ୍ର ଭାବେ ନିଜକୁ ଉପସ୍ଥାପିତ କରିବା ଲାଗି ସରକାର ୧୨,୧୯୫ କୋଟି ଟଙ୍କାର ଉତ୍ପାଦନ ଲିଙ୍କ୍‌ଡ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାର ଆରମ୍ଭ କରିବା ସହ ଏହା ପାଇଁ ଆବଶ୍ୟକ ଅର୍ଥର ମଞ୍ଜୁର ପ୍ରଦାନ କରିଛନ୍ତି। ଆସନ୍ତା ଏପ୍ରିଲରୁ ଏହି ଯୋଜନା ଆରମ୍ଭ ହେବ। ଆଗାମୀ ୫ବର୍ଷରେ୨.୪ ଲକ୍ଷ କୋଟି ଟଙ୍କାର ଉତ୍ପାଦନ ଏବଂ ୨ ଲକ୍ଷ କୋଟି ଟଙ୍କାର ରପ୍ତାନି ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ପିଏଲ୍‌ଆଇ ସ୍କିମ୍‌ ଜରିଆରେ ୩୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପୁଞ୍ଜିନିବେଶ ଆସିବ ଓ ଏହା ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri