୫ ବର୍ଷ ବିତିଲା, ଦାବି ପୂରଣ ହେଲାନି

ଭଦ୍ରକ ଅଫିସ, ୨୧।୨: ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘ ପକ୍ଷରୁ ପ୍ରାଣୀଧନ ନିରୀକ୍ଷକମାନଙ୍କ ଦରମାରେ ଥିବା ଅସଙ୍ଗତି ଦୂର କରିବା, କ୍ୟାଡର ପୁନର୍ଗଠନ, ଦୁଇବର୍ଷିଆ ଡିପ୍ଲୋମା ଓ ତା’ର ନାମକରଣ, କାର୍ଯ୍ୟସାରଣୀର ସଂଶୋଧନ ଆଦି ଦାବି ହୋଇଛି। ଏନେଇ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ଶୁଭ୍ରେନ୍ଦୁ କୁମାର ମିଶ୍ରଙ୍କୁ ସୋମବାର ପ୍ରଦାନ କରାଯାଇଛି। ୨୦୧୮ ଫେବୃୟାରୀରେ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖ ଗାନ୍ଧୀ ମାର୍ଗରେ ଆନ୍ଦୋଳନ କରାଯାଇଥିଲା। ତିନିମାସ ମଧ୍ୟରେ ଦାବି ପୂରଣ କରାଯିବ ବୋଲି ସରକାରଙ୍କ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ମିଳିଥିଲା। ଏହାମଧ୍ୟରେ ୫ ବର୍ଷ ବିତିଯାଇଥିଲେ ମଧ୍ୟ ସରକାର ଦାବି ପୂରଣ କରିନାହାନ୍ତି। ଏହାର ପ୍ରତିବାଦରେ ରାଜ୍ୟ ସଂଘର ନିଷ୍ପତ୍ତିକ୍ରମେ ଭଦ୍ରକ ଜିଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୁନର୍ବାର ଜିଲାର ସମସ୍ତ ବିଧାୟକଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ରୂପ ନେବ ବୋଲି ସଂଘର ଜିଲା ସଭାପତି ପ୍ରିୟବ୍ରତ ରାଉତ କହିଛନ୍ତି। ଜିଲା ସମ୍ପାଦକ ଭାସ୍କର ଚନ୍ଦ୍ର ସେଠୀ, କୋଷାଧ୍ୟକ୍ଷ ଭକ୍ତରଞ୍ଜନ ମଲ୍ଲିକ, ଉପସଭାପତି ବିଶ୍ୱନାଥ ପ୍ରତାପ ବଳ, ସଙ୍ଗଠନ ସମ୍ପାଦକ ବିଶ୍ୱଭୂଷଣ ଦାସଙ୍କ ସମେତ ପ୍ରାଣୀ ନିରୀକ୍ଷକମାନେ ସ୍ମାରକପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri