୫ ବର୍ଷ ବିତିଲା, ଦାବି ପୂରଣ ହେଲାନି

ଭଦ୍ରକ ଅଫିସ, ୨୧।୨: ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘ ପକ୍ଷରୁ ପ୍ରାଣୀଧନ ନିରୀକ୍ଷକମାନଙ୍କ ଦରମାରେ ଥିବା ଅସଙ୍ଗତି ଦୂର କରିବା, କ୍ୟାଡର ପୁନର୍ଗଠନ, ଦୁଇବର୍ଷିଆ ଡିପ୍ଲୋମା ଓ ତା’ର ନାମକରଣ, କାର୍ଯ୍ୟସାରଣୀର ସଂଶୋଧନ ଆଦି ଦାବି ହୋଇଛି। ଏନେଇ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ଶୁଭ୍ରେନ୍ଦୁ କୁମାର ମିଶ୍ରଙ୍କୁ ସୋମବାର ପ୍ରଦାନ କରାଯାଇଛି। ୨୦୧୮ ଫେବୃୟାରୀରେ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖ ଗାନ୍ଧୀ ମାର୍ଗରେ ଆନ୍ଦୋଳନ କରାଯାଇଥିଲା। ତିନିମାସ ମଧ୍ୟରେ ଦାବି ପୂରଣ କରାଯିବ ବୋଲି ସରକାରଙ୍କ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ମିଳିଥିଲା। ଏହାମଧ୍ୟରେ ୫ ବର୍ଷ ବିତିଯାଇଥିଲେ ମଧ୍ୟ ସରକାର ଦାବି ପୂରଣ କରିନାହାନ୍ତି। ଏହାର ପ୍ରତିବାଦରେ ରାଜ୍ୟ ସଂଘର ନିଷ୍ପତ୍ତିକ୍ରମେ ଭଦ୍ରକ ଜିଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୁନର୍ବାର ଜିଲାର ସମସ୍ତ ବିଧାୟକଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ରୂପ ନେବ ବୋଲି ସଂଘର ଜିଲା ସଭାପତି ପ୍ରିୟବ୍ରତ ରାଉତ କହିଛନ୍ତି। ଜିଲା ସମ୍ପାଦକ ଭାସ୍କର ଚନ୍ଦ୍ର ସେଠୀ, କୋଷାଧ୍ୟକ୍ଷ ଭକ୍ତରଞ୍ଜନ ମଲ୍ଲିକ, ଉପସଭାପତି ବିଶ୍ୱନାଥ ପ୍ରତାପ ବଳ, ସଙ୍ଗଠନ ସମ୍ପାଦକ ବିଶ୍ୱଭୂଷଣ ଦାସଙ୍କ ସମେତ ପ୍ରାଣୀ ନିରୀକ୍ଷକମାନେ ସ୍ମାରକପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri