ନିଶା ବେପାରୀ ମହିଳାଙ୍କୁ ୫ ବର୍ଷ ଜେଲ

ଅନୁଗୋଳ ଅଫିସ, ୨୫ା୩: ଅନୁଗୋଳ ଜିଲାରେ ବ୍ରାଉନସୁଗାର ବ୍ୟବସାୟ କରୁଥିବା ଜଣେ ମହିଳାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟ ଶୁକ୍ରବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ ରଞ୍ଜିତା ଜ୍ୟୋତିଶି ମାମଲାର ଶୁଣାଣି କରି ଗିରାଙ୍ଗ ଗ୍ରାମର କୁନି ସାହୁ(୩୭)ଙ୍କୁ ୫ ବର୍ଷ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟସ୍ଥଳେ ୬ ମାସ ଅଧିକ ଜେଲ ଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନୁଗୋଳ ଜିଲାରେ ବ୍ରାଉନସୁଗାର ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ପ୍ରଥମ ଥର ପାଇଁ ଦଣ୍ଡ ବିଧାନ କରାଯାଇଥିବା କୋର୍ଟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ବିବରଣୀରୁ ପ୍ରକାଶ ଯେ, ୨୦୨୧ ଅଗଷ୍ଟ ୨୫ରେ ନାଲ୍‌କୋ ଥାନା ଗିରାଙ୍ଗ ତଳସାହି ମଙ୍ଗଳା ମନ୍ଦିର ନିକଟରେ ବ୍ରାଉନସୁଗାର ବ୍ୟବସାୟ ହେଉଥିବା ଅବକାରୀ ବିଭାଗ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇଥିଲା। ଘଟଣାସ୍ଥଳରେ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନିଶା ବେପାରୀ କୁନିଙ୍କଠାରୁ ୧୦ ଗ୍ରାମର ବ୍ରାଉନସୁଗାର ଓ ୩୭ ହଜାର ୧୦୦ ଟଙ୍କା ଜବତ କରାଯାଇଥିଲା। ଏଥିସହ କୁନିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଏହି ମାମଲାରେ ୩ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଅନୁଗୋଳ ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ କୁନିଙ୍କୁ ୫ ବର୍ଷର ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ଆଡିଶନାଲ ସ୍ପେଶାଲ ପିପି ମଦନ ମୋହନ ସାହୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?