ନିଶା ବେପାରୀ ମହିଳାଙ୍କୁ ୫ ବର୍ଷ ଜେଲ

ଅନୁଗୋଳ ଅଫିସ, ୨୫ା୩: ଅନୁଗୋଳ ଜିଲାରେ ବ୍ରାଉନସୁଗାର ବ୍ୟବସାୟ କରୁଥିବା ଜଣେ ମହିଳାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟ ଶୁକ୍ରବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ ରଞ୍ଜିତା ଜ୍ୟୋତିଶି ମାମଲାର ଶୁଣାଣି କରି ଗିରାଙ୍ଗ ଗ୍ରାମର କୁନି ସାହୁ(୩୭)ଙ୍କୁ ୫ ବର୍ଷ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟସ୍ଥଳେ ୬ ମାସ ଅଧିକ ଜେଲ ଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନୁଗୋଳ ଜିଲାରେ ବ୍ରାଉନସୁଗାର ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ପ୍ରଥମ ଥର ପାଇଁ ଦଣ୍ଡ ବିଧାନ କରାଯାଇଥିବା କୋର୍ଟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ବିବରଣୀରୁ ପ୍ରକାଶ ଯେ, ୨୦୨୧ ଅଗଷ୍ଟ ୨୫ରେ ନାଲ୍‌କୋ ଥାନା ଗିରାଙ୍ଗ ତଳସାହି ମଙ୍ଗଳା ମନ୍ଦିର ନିକଟରେ ବ୍ରାଉନସୁଗାର ବ୍ୟବସାୟ ହେଉଥିବା ଅବକାରୀ ବିଭାଗ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇଥିଲା। ଘଟଣାସ୍ଥଳରେ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନିଶା ବେପାରୀ କୁନିଙ୍କଠାରୁ ୧୦ ଗ୍ରାମର ବ୍ରାଉନସୁଗାର ଓ ୩୭ ହଜାର ୧୦୦ ଟଙ୍କା ଜବତ କରାଯାଇଥିଲା। ଏଥିସହ କୁନିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଏହି ମାମଲାରେ ୩ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଅନୁଗୋଳ ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ କୁନିଙ୍କୁ ୫ ବର୍ଷର ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ଆଡିଶନାଲ ସ୍ପେଶାଲ ପିପି ମଦନ ମୋହନ ସାହୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri