ବଳାତ୍କାରୀଙ୍କୁ ୫ବର୍ଷ ଜେଲ୍‌

ବ୍ରହ୍ମପୁର ଅଫିସ ୨୧ା୧: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଏକ ନାବାଳିକା ବଳାତ୍କାର ମାମଲାର ଦୀର୍ଘ ୮ବର୍ଷ ପରେ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରର ପ୍ରଦୀପ ମହାରଣା ଓରଫ ମୁନାଙ୍କୁ ୫ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ୧୦ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୩ମାସ ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ରହିଥିବା ସରକାରୀ ଓକିଲ ମୋହନ ସିଂଘାରୀ ସୂଚନା ଦେଇଛନ୍ତି। ସେହିପରି ପୀଡିତାଙ୍କୁ ୪ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ପ୍ରକାରେ ୨୦୧୪ ନଭେମ୍ବର ୨୮ତାରିଖ ସକାଳେ ଜଣେ ଛାତ୍ରୀ ସ୍କୁଲ ଯାଉଥିବା ବେଳେ ରାସ୍ତାରୁ ତାଙ୍କୁ ଅପହରଣ କରି ପ୍ରଦୀପ ବଳାତ୍କାର କରିଥିଲା। ଘଟଣା ସମ୍ପର୍କରେ ଛାତ୍ରୀ ଜଣଙ୍କ ତାଙ୍କ ମା’ଙ୍କୁ ଜଣାଇଥିଲେ। ପରେ ପୀଡ଼ିତାଙ୍କ ବାପା ଘଟଣାକୁ ନେଇ ଜଗନ୍ନାଥପ୍ରସାଦ ଥାନାରେ ଏତଲା ଦେଇଥିଲେ। ପୋଲିସ ଏ ସଂକ୍ରାନ୍ତରେ ୧୪୫/୨୦୧୪ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସେହିବର୍ଷ ଡିସେମ୍ବର ୨ତାରିଖରେ ପୋଲିସ ଅଭିଯୁକ୍ତ ପ୍ରଦୀପ(୨୬)କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୨୦୧୫ ମାର୍ଚ୍ଚ ୨୩ରେ ଅଭିଯୁକ୍ତ ପ୍ରଦୀପକୁ ଜାମିନ୍‌ ମିଳିଥିଲା। ୨୦୧୫ ଜୁନ୍‌ ୮ତାରିଖରେ ତଦନ୍ତ ଅଧିକାରୀ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଥିଲେ। ଏହି ମାମଲାର ବିିଚାର ସମୟରେ ୧୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଶୁକ୍ରବାର ରାୟ ପ୍ରକାଶ ସମୟରେ ପ୍ରଦୀପଙ୍କୁ କୋର୍ଟରେ ହାଜର କରାଯାଇଥିଲା।
ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଓ ପୋଲିସ ପକ୍ଷରୁ କୋର୍ଟରେ ଦାଖଲ ା ଚାର୍ଜସିଟକୁ ଆଧାର
କରି ଜଜ୍‌ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri