ବଳାତ୍କାରୀଙ୍କୁ ୫ବର୍ଷ ଜେଲ୍‌

ବ୍ରହ୍ମପୁର ଅଫିସ ୨୧ା୧: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଏକ ନାବାଳିକା ବଳାତ୍କାର ମାମଲାର ଦୀର୍ଘ ୮ବର୍ଷ ପରେ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରର ପ୍ରଦୀପ ମହାରଣା ଓରଫ ମୁନାଙ୍କୁ ୫ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ୧୦ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୩ମାସ ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ରହିଥିବା ସରକାରୀ ଓକିଲ ମୋହନ ସିଂଘାରୀ ସୂଚନା ଦେଇଛନ୍ତି। ସେହିପରି ପୀଡିତାଙ୍କୁ ୪ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ପ୍ରକାରେ ୨୦୧୪ ନଭେମ୍ବର ୨୮ତାରିଖ ସକାଳେ ଜଣେ ଛାତ୍ରୀ ସ୍କୁଲ ଯାଉଥିବା ବେଳେ ରାସ୍ତାରୁ ତାଙ୍କୁ ଅପହରଣ କରି ପ୍ରଦୀପ ବଳାତ୍କାର କରିଥିଲା। ଘଟଣା ସମ୍ପର୍କରେ ଛାତ୍ରୀ ଜଣଙ୍କ ତାଙ୍କ ମା’ଙ୍କୁ ଜଣାଇଥିଲେ। ପରେ ପୀଡ଼ିତାଙ୍କ ବାପା ଘଟଣାକୁ ନେଇ ଜଗନ୍ନାଥପ୍ରସାଦ ଥାନାରେ ଏତଲା ଦେଇଥିଲେ। ପୋଲିସ ଏ ସଂକ୍ରାନ୍ତରେ ୧୪୫/୨୦୧୪ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସେହିବର୍ଷ ଡିସେମ୍ବର ୨ତାରିଖରେ ପୋଲିସ ଅଭିଯୁକ୍ତ ପ୍ରଦୀପ(୨୬)କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୨୦୧୫ ମାର୍ଚ୍ଚ ୨୩ରେ ଅଭିଯୁକ୍ତ ପ୍ରଦୀପକୁ ଜାମିନ୍‌ ମିଳିଥିଲା। ୨୦୧୫ ଜୁନ୍‌ ୮ତାରିଖରେ ତଦନ୍ତ ଅଧିକାରୀ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଥିଲେ। ଏହି ମାମଲାର ବିିଚାର ସମୟରେ ୧୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଶୁକ୍ରବାର ରାୟ ପ୍ରକାଶ ସମୟରେ ପ୍ରଦୀପଙ୍କୁ କୋର୍ଟରେ ହାଜର କରାଯାଇଥିଲା।
ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଓ ପୋଲିସ ପକ୍ଷରୁ କୋର୍ଟରେ ଦାଖଲ ା ଚାର୍ଜସିଟକୁ ଆଧାର
କରି ଜଜ୍‌ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri