ଚାକିରୀ ପ୍ରଲୋଭନ ଦେଖାଇ ୩ଜଣ ଝିଅଙ୍କୁ ବିକିଦେବା ଘଟଣାରେ ଅଭିଯୁକ୍ତଙ୍କୁୁ ୫ବର୍ଷର ଜେଲଦଣ୍ଡ

ବାରିପଦା ଅଫିସ,୩୧।୫: ଚାକିରି ପ୍ରଲୋଭନ ଦେଖାଇ ୩ଜଣ ଝିଅଙ୍କୁ ବିକ୍ରି କରିବା ଘଟଣାରେ ମୟୂରଭଞ୍ଜ ଜିଲା ଅତିରିକ୍ତ ସହକାରୀ ଦୌରା ଜର୍ଜ କୋର୍ଟର ବୁଧବାର ରାୟ ପ୍ରକାଶ କରିଛନ୍ତି। ଜଜ ବାସୁଦେବ ଆଚାର୍ଯ୍ୟ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷର ଜେଲ୍‌ଦଣ୍ଡାଦେଶ ସହିତ ୬ହଜାର ଟଙ୍କା ଜରିିମାନା କରିଛନ୍ତି । ଜରିମାନା ଅନାଦେୟ ହେଲେ ଅଧିକ ୬ମାସର କାରାଦଣ୍ଡ ଭୋଗ କରିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ, ବାରିପଦା ସଦର ଥାନା ଅନ୍ତର୍ଗତ ଜୟବିଲା ଗ୍ରାମର ବୁଦ୍ଧିନି ସିଂ।
ସୂଚନାଯୋଗ୍ୟ, ବଡ଼ସାହି ଥାନା ଅନ୍ତର୍ଗତ ଖାନୂଆ ଗ୍ରାମର ଜଣେ ନାବାଳିକା ସମେତ ୩ଜଣ ଝିଅଙ୍କୁ ମାସକୁ ୧୨ହଜାର ଟଙ୍କା ଦରମାର ଚାକିରି କରାଇ ଦେବାର ପ୍ରଲୋଭନ ଦେଖାଇ ବୁଦ୍ଧିନି ସିଂ ଓ ଶଙ୍କର ପାତ୍ର ରାଉରକେଲା ନେଇ ଯାଇଥିଲେ। ତେବେ ପାଞ୍ଚ ଦିନ ଧରି ଯୁବତୀଙ୍କ ମୋବାଇଲ ବନ୍ଦ ରହିବା ପରେ ପରିବାର ଲୋକେ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଅଭିଯୁକ୍ତଦ୍ୱୟ ଯୁବତୀଙ୍କୁ ନେଇ ରାଜସ୍ଥାନର କୋଟା ଅଞ୍ଚଳରେ ୨ଲକ୍ଷ ଟଙ୍କା ବିନିମୟରେ ବିକ୍ରି କରି ଦେଇଥିଲେ। ରାଜସ୍ଥାନ ପୋଲିସ ସହାୟତାରେ ଜଣଙ୍କୁୁ ଉଦ୍ଧାର କରି ବଡ଼ସାହି ପୋଲିସ ଆଣିବା ପରେ ଘଟଣାର ପର୍ଦାଫାସ ହୋଇଥିଲା। ଏନେଇ ପୋଲିସ ବଡ଼ସାହି ଥାନାରେ କେସ ନମ୍ବର ୪୪/୨୨ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ବୁଦ୍ଧିନି ସିଂକୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ମାମଲାର ବିଚାର ସମୟରେ ୧୧ଜଣ ସାକ୍ଷୀଙ୍କ ବୟାନ, ତଦନ୍ତ ରିପୋର୍ଟକୁ ଭିତ୍ତି କରି ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ତେବେ ଅନ୍ୟ ଜଣେ ଅଭିଯୁକ୍ତ ଶଙ୍କର ପାତ୍ର ରାଜସ୍ଥାନରେ ବିଚାରଧୀନ କଏଦୀ ଭାବେ ସଜା କାଟୁଛନ୍ତି। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ ବଜେନ୍ଦ୍ର ମହାନ୍ତି ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri