୫ ବର୍ଷ ବିତିଲା: ମିଶନ ଶକ୍ତି ଗୃହ ନିର୍ମାଣ ସରୁନାହିଁ

ନିଶ୍ଚିନ୍ତକୋଇଲି,୨୨ା୬(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟରପଡ଼ା ପଞ୍ଚାୟତ ସାଙ୍କିଲୋଠାରେ ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲାଣି ମନ୍ଥର ଗତିରେ ଚାଲିଥିବା ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଶେଷ ହେଉନାହିଁ ବୋଲି ଅଭିଯୋଗ ହୋଇଛି। ଅପରପକ୍ଷରେ ଏହି ଗୃହ ନିର୍ମାଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇ ସରକାରୀ ଅର୍ଥ ହଡପ କରାଯାଇଥିବା ଗୁରୁତର ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆସନ୍ତା ୩୦ ତାରିଖ ରାଜ୍ୟ ମିଶନ ଶକ୍ତି ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କରିବାକୁ କଟରପଡ଼ା ସମିତିସଭ୍ୟା ସ୍ବାଗତିକା ନାୟକ ଚେତାବନୀ ଦେଇଛନ୍ତି।
କଟରପଡା ପଞ୍ଚାୟତରେ ଅନନ୍ୟା ମହିଳା ଅନୁଷ୍ଠାନ ନାମରେ ପ୍ରଥମେ ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ୭ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇ ୩ ଲକ୍ଷ ୮୦ ହହାରରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଇଥିଲା। ପରେ ପଞ୍ଚାୟତକୁ ମହିଳା ମିଶନ ଶକ୍ତିର ଏକ ଗୃହ ନିର୍ମାଣ ନିମନ୍ତେ ସରକାର ୫ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ। ପୂର୍ବରୁ ମହିଳା ସଙ୍ଗଠନ କରିଥିବା ଘରର ପୂର୍ଣ୍ଣାଙ୍ଗ ପାଇଁ ଏହି ଅର୍ଥ ଖର୍ଚ୍ଚ ହୋଇଥିଲା। ତେବେ ମହିଳା ମହାସଂଘ ଓ ମହିଳା ସଙ୍ଗଠନ ୨ ଗୋଷ୍ଠୀଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଆରମ୍ଭ ହୋଇଥିଲା। ଘରର ପୂର୍ଣ୍ଣାଙ୍ଗ କାର୍ଯ୍ୟ ପରେ ମହିଳା ସଙ୍ଗଠନ କି ମହିଳା ମହାସଂଘ କେହି ବି ବ୍ୟବହାର କରି ପାରି ନ ଥିଲେ। ଫଳସ୍ବରୂପ କାମ ହେଇ ମଧ୍ୟ କାମରେ ଆସୁନି ମିଶନ ଶକ୍ତି ଗୃହ ବୋଲି ପଞ୍ଚାୟତ ତମାମ ଚର୍ଚ୍ଚା ଲାଗି ରହିଥିଲା। ୨୦୧୭-୧୮ ଆର୍ଥତ୍କ ବର୍ଷରେ ଗୃହ ନିର୍ମାଣ କାମ ଆରମ୍ଭ ହୋଇଥିଲା। ୫ ବର୍ଷ ବିତିବାକୁ ବସିଥିଲା ବେଳେ ଏ ପର୍ଯ୍ୟନ୍ତ ଗୃହ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇ ପାରି ନ ଥିବା ଅଭିଯୋଗ ହୋଇଛି। ତେବେ ବିଭାଗୀୟ ଅଧିକାରୀ ଅଟକଳ ଅନୁଯାୟୀ ଏହି ଗୃହ ନିର୍ମାଣ କାର୍ଯ୍ୟ କରି ନ ଥିବା ଅଭିଯୋଗ ହୋଇଛି। ଗୃହ ନିର୍ମାଣ କାମରେ ଅତ୍ୟନ୍ତ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଇଥିବା କାରଣରୁ ଏହାର ସ୍ଥାୟିତ୍ୱ ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି। ସେହିପରି ଭାବେ ଗୃହ ନିର୍ମାଣ କାର୍ଯ୍ୟ ଶେଷ ହୋଇ ନ ଥିଲା ବେଳେ କାନ୍ଥରୁ ରଙ୍ଗ ଓ ବାଲି ସିମେଣ୍ଟ ଛାଡିବାକୁ ଆରମ୍ଭ କଲାଣି। ଗୃହ ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯାଇଥିବା ଅଭିଯୋଗ ଉପରେ ତତ୍କାଳୀନ ମୁଖ୍ୟ ଶାସନ ସଚିବ ଅଜିତ କୁମାର ତ୍ରିପାଠୀ ନିଶ୍ଚିନ୍ତକୋଇଲି ବିଡିଓଙ୍କ ସହ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ। ଏହା ଉପରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଏହି ନିର୍ମାଣ କାର୍ଯ୍ୟରେ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ଭାବେ ବାରି ହେଉଥିବା ସମିତିସଭ୍ୟ ନାୟକ ଅଭିଯୋଗ କରିଛନ୍ତି। କିନ୍ତୁ ଏହି ଗୃହ ନିର୍ମାଣନିମନ୍ତେ ୮ ଲକ୍ଷ ୮୦ ହଜାର ମଞ୍ଜୁର ହୋଇଥିଲା ବେଳେ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା କାରଣରୁ ଏ ପର୍ଯ୍ୟନ୍ତ କାମ ଶେଷ ହୋଇପାରୁ ନାହିଁ ବୋଲି ମଧ୍ୟ ନାୟକ ଅଭିଯୋଗ କରିଛନ୍ତି। ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ନାୟକ ଭୁବନେଶ୍ୱରସ୍ଥିତ ମହିଳା ମିଶନ ଶକ୍ତି କାର୍ଯ୍ୟାଳୟ ସମ୍ମୁଖରେ ଆସନ୍ତା ୩୦ ତାରିଖରେ ଆମରଣ ଅନଶନ କରିବେ ବୋଲି ମହିଳା ମିଶନ ଶକ୍ତି କମିଶନର ତଥା ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି। ଏ ସମ୍ପର୍କରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟ ରଞ୍ଜନ ପଣ୍ଡାଙ୍କୁ ପଚାରିବାରେ ଗୃହ କାର୍ଯ୍ୟ ଆପାତଃ ଶେଷ ହୋଇଛି। କିଛି ସମସ୍ୟା ପାଇଁ ଏହା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଏହାର ସମାଧାନ ପାଇଁ ନିକଟରେ ବିଡିଓ ସମ୍ପୃକ୍ତ ପଞ୍ଚାୟତକୁ ଯାଇ ସରଜମିନରେ ଅଭିଯୋଗର ତଦନ୍ତ କରିଥିଲେ। ଖୁବ୍‌ଶୀଘ୍ର ଏହାର ସମାଧାନ ହେବ। ଏ ସମ୍ପର୍କରେ ବିଡିଓ ଦିବ୍ୟଜ୍ୟୋତି ସ୍ମୃୃତି ରଞ୍ଜନ ଦେଓଙ୍କୁ ପଚାରିବାରେ ମିଶନ ଶକ୍ତି ବିଭାଗ ପକ୍ଷରୁ ନିକଟରେ ଜିଲା ଅଧିକାରୀଙ୍କ ଦ୍ୱାରା ଏହି ଘଟଣାର ତଦନ୍ତ କରାଯାଇଛି। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri