ନିର୍ମାଣ ଅପେକ୍ଷାରେ ୫ ବର୍ଷ

କେନ୍ଦ୍ରାପଡା,୨୩୪୮(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ ା ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ ା ଏହି ବନ୍ଦର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ଜୁଲାଇରେ ଏକ ସ୍ବତନ୍ତ୍ର ବୈଠକ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଥିଲା ା ବନ୍ଦର ନିର୍ମାଣର ପ୍ରଥମ ପର୍ଯ୍ୟାୟରେ ୨୧୧୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଥିଲା ା ବାର୍ଷିକ ୧୮.୪୩ ନିୟୁତ ଟନ୍‌ ପଣ୍ୟ କାରବାର ହେବ ବୋଲି ପ୍ରସ୍ତାବ ଥିଲା ା ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ୫ ବର୍ଷ ପୁରିବାକୁ ଯାଇଥିଲେ ମଧ୍ୟ ପ୍ରକଳ୍ପ ନିର୍ମାଣକୁ ନେଇ କୌଣସି ତପତ୍ରତା ପ୍ରକାଶ ପାଉନାହିଁ ା ଅପରପକ୍ଷେ ବନ୍ଦର ନିର୍ମାଣକୁ ନେଇ ପରିବେଶବିତ୍‌ ଭିତରକନିକାର ଜୈବ ବିବିଧତା ନଷ୍ଟ ହେବ ବୋଲି ଆଶଙ୍କା ପ୍ରକାଶ କରିଥିବା ବେଳେ ବୁଦ୍ଧିଜୀବୀମାନେ ଜିଲାର ଅର୍ଥନୈତିକ ବିକାଶ ପାଇଁ ଜରୁରୀ ଥିବା ପ୍ରକାଶ କରିଛନ୍ତି ା
ଜିଲା ମତ୍ସ୍ୟଜୀବୀ ସଂଘର ଅର୍ଜୁନ ମଣ୍ଡଳ କହିଛନ୍ତି, ଆଖଡାଶାଳୀଠାରେ ନଦୀଭିତ୍ତିକ ବନ୍ଦର ୩୦ ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀଙ୍କ ଜୀବିକା ନଷ୍ଟ କରିବ ା ମହାନଦୀ ଓ ଏହାର ଶାଖା ନାଳରେ ପ୍ରଚୁର ମାତ୍ରାରେ ଲୁଣି ଓ ମଧୁର ମାଛ ମିଳିଥାଏ ା ବନ୍ଦର ପ୍ରତିଷ୍ଠା ଫଳରେ ମାଛର ପରିମାଣ କମିବା ଯୋଗୁ ୨୦ରୁ ଊର୍ଦ୍ଧ୍ୱ ଗାଁର ଲୋକମାନେ ଆର୍ଥିକ ସଙ୍କଟରେ ପଡ଼ିବେ ା ପରିବେଶବିତ୍‌ ହେମନ୍ତ କୁମାର ରାଉତ କହିଛନ୍ତି, ବନ୍ଦର ନିର୍ମାଣ ହେଲେ ଭିତରକନିକାର ଜୈବ ବିବିଧତା ଉପରେ ପ୍ରଭାବ ପକାଇବ ା ପ୍ରସ୍ତାବିତ ବନ୍ଦର ଓ ବିଶ୍ୱ ପ୍ରସିଦ୍ଧ ଅଲିଭ ରିଡ୍‌ଲେଙ୍କ ପ୍ରଜନନ ସ୍ଥଳ ଗହିରମଥାର ଦୂରତ୍ୱ ବହୁତ କମ ା ଜାହାଜ ଚଳାଚଳ ଫଳରେ ଏହି ପ୍ରାକୃତିକ ପ୍ରଜନନ ସ୍ଥଳରେ ବିରଳ ଅଲିଭ ରିଡ୍‌ଲେଙ୍କୁ ଆଉ ଦେଖିବାକୁ ମିଳିବ ନାହିଁ ା ଏହା ବ୍ୟତିତ ସାମୁଦ୍ରିକ ପ୍ରାଚୀର ଭାବେ ପରିଚିତି ଲାଭ କରିଥିବା ହେନ୍ତାଳ ବଣ ନଷ୍ଟ ହେବ ବୋଲି ମତ ଦେଇଛନ୍ତି ା ରାଜ୍ୟ ବନ୍ୟପ୍ରାଣୀ ସଙ୍ଗଠନର ସମ୍ପାଦକ ବିଶ୍ୱଜିତ୍‌ ମହାନ୍ତି କହିଛନ୍ତି, ଗତ ୮ ବର୍ଷ ପୂର୍ବେ କେନ୍ଦ୍ର ସରକାରଙ୍କ ପରିବେଶ ଓ ବନ୍ୟ ସମ୍ପଦ ବିଭାଗ ଜାତୀୟ ଉଦ୍ୟାନ ଭିତରକନିକା ଓ ଗହୀରମଥା ଅଞ୍ଚଳରେ ଥିବା ୧୯୨ଟି ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଜୋନ୍‌ ବୋଲି ଘୋଷଣା କରିଛି ା ଆଖଡାଶାଳୀଠାରେ ବନ୍ଦର ନିର୍ମାଣ ଫଳରେ ଏହି ଅଞ୍ଚଳର ସାମୁଦ୍ରିକ ଓ ବନ୍ୟପ୍ରାଣୀ ପ୍ରତି ବିପଦ ସୃଷ୍ଟି କରିବ ା ଓଡ଼ିଶା ସୂଚନା ଅଧିକାର ଅଭିଯାନ (ଓସା)ର ଜିଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଛନ୍ତି, ଆଖଡାଶାଳୀ ବନ୍ଦର ନିର୍ମାଣ ଫଳରେ ଜିଲାର ଆର୍ଥିକ ବିକାଶ ହୋଇଥାନ୍ତା ା ତେବେ ରାଜ୍ୟ ସରକାରଙ୍କ ଏହି ଘୋଷଣା ଏକ ନିର୍ବାଚନୀ ଚାଲ ଥିଲା ା ନିର୍ବାଚନ ସମୟ ଆସିଲେ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ବନ୍ଦର ଓ ଶିଳ୍ପର ସ୍ବପ୍ନ ଦେଖା ଯାଇଥାଏ ା ୨୦୦୯ରେ ବରୁଣେଇ ବନ୍ଦର ଓ ୨୦୧୪ରେ ରାଜଗଡ଼ରେ ଥର୍ମାଲ ପ୍ଲାଣ୍ଟ ନିର୍ମାଣ ପାଇଁ ଘୋଷଣା ହୋଇଥିଲା ା ଆଖଡ଼ାଶାଳୀରେ ବନ୍ଦର ନିର୍ମାଣକୁ ନେଇ ସେ ସନ୍ଦେହ ପ୍ରକାଶ କରିଛନ୍ତି ା ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଅମରବର ବିଶ୍ୱାଳ, ଆଶିଷ କୁମାର ସେନାପତି ପ୍ରମୁଖ କହିଛନ୍ତି, ଦୁଇଟି ପର୍ଯ୍ୟାୟରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ବନ୍ଦର ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଅନୂନ୍ୟ ୧୫ ହଜାର ଲୋକଙ୍କୁ କାମ ମିଳିବ ା ବନ୍ଦର ନିର୍ମାଣକୁ ନେଇ ବିଭିନ୍ନ ସମୟରେ ରାଜ୍ୟ ସରକାର ପଦକ୍ଷେପ ନେଉଥିବା ଶୁଣା ଯାଉଥିଲେ ମଧ୍ୟ ଅଦ୍ୟାବଧି କୌଣସି ସଫଳ ବାର୍ତ୍ତା ଜିଲାବାସୀ ନିକଟରେ ପହଞ୍ଚତ୍ ନାହିଁ ା ବନ୍ଦର ନିକଟରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ସୃଷ୍ଟି ହେବାର ସମ୍ଭାବନା ଥିବା ସେମାନେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?