ନବମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଲେ ୫ ଯୁବକ: ନିଛାଟିଆ ସ୍ଥାନରେ ଗଣବଳାତ୍କାର ପରେ କଲେ…

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର):ଯୁବଗୋଷ୍ଠୀ ମଧ୍ୟରେ ବଢ଼ିଚାଲିଛି ଅପରାଧ ପ୍ରବଣତା। ବିଶେଷ କରି ଅପରାଧରେ କିଶୋରମାନଙ୍କ ସମ୍ପୃକ୍ତି ସମ୍ପ୍ରତି ଏକ ଚିନ୍ତାର କାରଣ ପାଲଟିଛି। ସମ୍ବଲପୁର ଜିଲା ଯୁଯୁମୁରାରେ ରବିବାର ସନ୍ଧ୍ୟାରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଜଣାପଡ଼ିଛି। ଏଥିରେ ମୋଟ ୫ଜଣଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୨ଜଣ ନାବାଳକ। ପୋଲିସ ମୁଖ୍ୟ ଅଭିଯୁକ୍ତ ଶୀତଲେନପାଲି ଦୁମ୍ବୁରୀପଡ଼ାର ସୁଶାନ୍ତ ମିର୍ଦ୍ଧା(୨୧)ଙ୍କୁ ଗିରଫ କରିଥିବାବେଳେ ୨ ନାବାଳକଙ୍କୁ ଧରିଛି। ଅନ୍ୟ ୨ ଅଭିଯୁକ୍ତ ଫେରାର ଥିବା ସମ୍ବଲପୁର ଏସ୍‌ପି ମୁକେଶ କୁମାର ଭାମୁ ସୂଚନା ଦେଇଛନ୍ତି।

ଯୁଯୁମୁରା ଥାନା ଅନ୍ତର୍ଗତ ଶୀତଲେନପାଲି ଅଞ୍ଚଳରେ ରହୁଥିବା ପୀଡ଼ିତା ନାବାଳିକା ନବମ ଶ୍ରେଣୀରେ ପଢ଼ୁଛନ୍ତି। ରବିବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରେ ସେ ପଡ଼ା ନିକଟସ୍ଥ ନାଳକୁ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ସେଠାରେ ଥିବା ମୁଖ୍ୟ ଅଭିଯୁକ୍ତ ମିର୍ଦ୍ଧା ଓ ଅନ୍ୟ ୪ଜଣ ତାଙ୍କୁ ଏକ ନିଛାଟିଆ ସ୍ଥାନକୁ ଟେକି ନେଇଥିଲେ। ଏହାପରେ ସେମାନେ ତାଙ୍କୁ ବଳାତ୍କାର କରି ସେଠାରୁ ଫେରାର ହୋଇଯାଇଥିଲେ। ନାବାଳିକା ଘରକୁ ଫେରି ପରିବାର ଲୋକଙ୍କୁ ସମସ୍ତ ବିଷୟ ଜଣାଇବା ପରେ ରାତିରେ ପୀଡ଼ିତାଙ୍କ ସହିତ ପରିବାର ଲୋକେ ଯୁଯୁମୁରା ଥାନାକୁ ଯାଇ ଏତଲା ଦେଇଥିଲେ। ଏତଲା ଓ ପୀଡ଼ିତାଙ୍କ ବୟାନ ଆଧାରରେ ଥାନାରେ ଭାରତୀୟ ନ୍ୟାୟ ସଂହିତା(ବିଏନ୍‌ଏସ୍‌) ଦଫା ୭୦(ଗଣବଳାତ୍କାର) ଏବଂ ପୋକ୍‌ସୋ ଆଇନର ଦଫା ୬(ଗୁରୁତର ଭାବେ ଯୌନ ନିର୍ଯାତନା) ରେ ଏକ ମାମଲା(ନଂ. ୧୭୪/୨୫)ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତୁରନ୍ତ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଥିଲା। ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ କୁମାର ମେହେରଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ପୋଲିସ ବିଳମ୍ବିତ ରାତିରେ ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଜଣଙ୍କୁ ଧରିଥିଲା। ଫେରାର ୨ ଅଭିଯୁକ୍ତଙ୍କୁ ଗିରଫ କରାଯିବ ଏବଂ ଯଥାଶୀଘ୍ର ଚାର୍ଜଶିଟ୍‌ ଦାଖଲ ପୂର୍ବକ କୋର୍ଟରେ ଏହି ମାମଲାର ତୁରନ୍ତ ଫଇସଲା ପାଇଁ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ଼ ପ୍ରମାଣ ଉପସ୍ଥାପନ କରିବାକୁ ପୋଲିସ ପ୍ରୟାସ କରିବ ବୋଲି କହିଛନ୍ତି ଏସ୍‌ପି ଭାମୁ। ସୋମବାର ଗିରଫ ମୁଖ୍ୟ ଅଭିଯୁକ୍ତ ମିର୍ଦ୍ଧାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅପରପକ୍ଷରେ ଧରାପଡିଥିବା ୨ ନାବାଳକଙ୍କୁ ଜୁଭେନାଇଲ୍‌ କୋର୍ଟରେ ହାଜର କରାଯାଇଥିବା ଏସ୍‌ପି ଭାମୁ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri