ରାଜ୍ୟରେ ଖସୁଛି ଦୈନିକ କରୋନା ସଂକ୍ରମଣ: ବଢ଼ୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗି ଥିବା ବେଳେ ସଂକ୍ରମିତ ପିଲାଙ୍କ ସଂଖ୍ୟା ବଢ଼ୁଛି। ଶନିବାର ରାଜ୍ୟରେ ୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୫ ଜଣ ୧୮ ବର୍ଷରୁ କମ ବର୍ଗର । ଆକ୍ରାନ୍ତଙ୍କ ମଧ୍ୟରୁ ୪୫୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫ ହଜାର ୬୫୪କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ୨୫୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୦, ବାଲେଶ୍ୱରରୁ ୫୯, ବରଗଡ଼ରୁ ୫, ଭଦ୍ରକରୁ ୧୫, ବଲାଙ୍ଗୀରରୁ ୩, ବୈଦ୍ଧରୁ ୨, କଟକରୁ ୮୪, ଦେବଗଡ଼ରୁ ୯, ଢେଙ୍କାନାଳରୁ ୯, ଗଜପତିରୁ ୧, ଗଞ୍ଜାମରୁ ୮, ଜଗତ୍‌ସିଂହପୁରରୁ ୩୧, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୫ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୩, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୨୭, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୩୯, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୩, ସୁବର୍ଣ୍ଣପୁରରୁ ୨ ଓ ସୁନ୍ଦରଗଡ଼ରୁ ୨୦ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୫୭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri