ରାଜ୍ୟରେ ଖସୁଛି ଦୈନିକ କରୋନା ସଂକ୍ରମଣ: ବଢ଼ୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗି ଥିବା ବେଳେ ସଂକ୍ରମିତ ପିଲାଙ୍କ ସଂଖ୍ୟା ବଢ଼ୁଛି। ଶନିବାର ରାଜ୍ୟରେ ୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୫ ଜଣ ୧୮ ବର୍ଷରୁ କମ ବର୍ଗର । ଆକ୍ରାନ୍ତଙ୍କ ମଧ୍ୟରୁ ୪୫୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫ ହଜାର ୬୫୪କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ୨୫୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୦, ବାଲେଶ୍ୱରରୁ ୫୯, ବରଗଡ଼ରୁ ୫, ଭଦ୍ରକରୁ ୧୫, ବଲାଙ୍ଗୀରରୁ ୩, ବୈଦ୍ଧରୁ ୨, କଟକରୁ ୮୪, ଦେବଗଡ଼ରୁ ୯, ଢେଙ୍କାନାଳରୁ ୯, ଗଜପତିରୁ ୧, ଗଞ୍ଜାମରୁ ୮, ଜଗତ୍‌ସିଂହପୁରରୁ ୩୧, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୫ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୩, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୨୭, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୩୯, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୩, ସୁବର୍ଣ୍ଣପୁରରୁ ୨ ଓ ସୁନ୍ଦରଗଡ଼ରୁ ୨୦ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୫୭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ...

ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…

ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ...

ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…

ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri